ବାସଭବନରେ ଦିବ୍ୟାଙ୍ଗ ମାନଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ସମାଧାନର ଦେଲେ ଆଶ୍ବାସନା

ଭୁବନେଶ୍ୱର,୩।୧୨: ମଙ୍ଗଳବାର ସକାଳେ କିଛି ଲୋକ ସେମାନଙ୍କ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବାସଭବନକୁ ଆସିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ଅଭିଯୋଗ ଶୁଣିଥିଲେ। ଅଭିଯୋଗକାରୀଙ୍କ ମଧ୍ୟରେ କେତେ ଜଣ ଦିବ୍ୟାଙ୍ଗ ମଧ୍ୟ ଆସିଥିଲେ। ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ ଦିବ୍ୟାଙ୍ଗମାନେ ତାଙ୍କ ଘରକୁ ଆସିଥିବାରୁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଥମେ ସମ୍ବର୍ଦ୍ଧିତ କରିଥିଲେ ଓ ପରେ ସେମାନଙ୍କ ସମସ୍ୟା ଶୁଣିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏଭଳି ସହୃଦୟତାପୂର୍ଣ୍ଣ ବ୍ୟବହାରରେ ଭାବପ୍ରବଣ ହୋଇଯାଇଥିଲେ ସମସ୍ତେ । […] The post ବାସଭବନରେ ଦିବ୍ୟାଙ୍ଗ ମାନଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ସମାଧାନର ଦେଲେ ଆଶ୍ବାସନା appeared first on Dharitri Odia News.

ବାସଭବନରେ ଦିବ୍ୟାଙ୍ଗ ମାନଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ସମାଧାନର ଦେଲେ ଆଶ୍ବାସନା

ଭୁବନେଶ୍ୱର,୩।୧୨: ମଙ୍ଗଳବାର ସକାଳେ କିଛି ଲୋକ ସେମାନଙ୍କ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବାସଭବନକୁ ଆସିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ଅଭିଯୋଗ ଶୁଣିଥିଲେ। ଅଭିଯୋଗକାରୀଙ୍କ ମଧ୍ୟରେ କେତେ ଜଣ ଦିବ୍ୟାଙ୍ଗ ମଧ୍ୟ ଆସିଥିଲେ।

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଅବସରରେ ଦିବ୍ୟାଙ୍ଗମାନେ ତାଙ୍କ ଘରକୁ ଆସିଥିବାରୁ ସେମାନଙ୍କୁ ମୁଖ୍ୟମନ୍ତ୍ରୀ ପ୍ରଥମେ ସମ୍ବର୍ଦ୍ଧିତ କରିଥିଲେ ଓ ପରେ ସେମାନଙ୍କ ସମସ୍ୟା ଶୁଣିଥିଲେ । ମୁଖ୍ୟମନ୍ତ୍ରୀଙ୍କ ଏଭଳି ସହୃଦୟତାପୂର୍ଣ୍ଣ ବ୍ୟବହାରରେ ଭାବପ୍ରବଣ ହୋଇଯାଇଥିଲେ ସମସ୍ତେ ।

ସେମାନଙ୍କ ମଧ୍ୟରେ ଥିଲେ କଟକ ବାଉଁଶଗଳିର ଦିବ୍ୟାଙ୍ଗ ଶେଖ୍ ରେହେମାନ। ସେ ଭୁବନେଶ୍ବରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ଏକ ତିନି-ଚକିଆ ସାଇକେଲରେ ଯାତ୍ରା ଆରମ୍ଭ କରୁଛନ୍ତି। ସେ ଆସିଥିଲେ ମୁଖ୍ୟମନ୍ତ୍ରୀଙ୍କ ପାଖରୁ ଶୁଭେଚ୍ଛା ପାଇ ତାଙ୍କର ଯାତ୍ରା ଆରମ୍ଭ କରିବାକୁ। ମୁଖ୍ୟମନ୍ତ୍ରୀ ତାଙ୍କର ଯାତ୍ରା ପାଇଁ ଶୁଭକାମନା ଜଣାଇଥିଲେ ।

The post ବାସଭବନରେ ଦିବ୍ୟାଙ୍ଗ ମାନଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ସମାଧାନର ଦେଲେ ଆଶ୍ବାସନା appeared first on Dharitri Odia News.