ବାହାଘର ସିଜିନ୍ ରେ ସୁନାପ୍ରେମୀଙ୍କୁ ଝଟକା, ପୁଣି ବଢିଲା ସୁନା ଦର
ସୁନା କିଣୁଥିବା ଗ୍ରାହକଙ୍କ ପାଇଁ ବଡ଼ ଖବର। ପୁଣି ବଢିଲା ସୁନା ରେଟ୍। ଗତ କିଛି ଧରି ସୁନା ଦର ବୃହତ ଭାବରେ ବୃଦ୍ଧି ପାଇବାରେ ଲାଗିଛି । ତେବେ ଆଜି ପୁଣି ଦର ବୃଦ୍ଧି ପାଇଛି । ସବୁଠାରୁ ବଡ଼ କଥା ହେଲା ଏବେ ବାହାଘର ସିଜିନ୍ ଥିବାରୁ ସୁନାଦରର ବୃଦ୍ଧି ସୁନାପ୍ରେମୀଙ୍କ ମୁଣ୍ଡ ବିନ୍ଧାଇଦେଇଛି । ତେବେ ଯଦି ଆପଣ ଆଜି ସୁନା ରୂପା କିଣିବାକୁ ଯୋଜନା କରିଛନ୍ତି । ଏହି ଖବରଟି ଆପଣଙ୍କ […] The post ବାହାଘର ସିଜିନ୍ ରେ ସୁନାପ୍ରେମୀଙ୍କୁ ଝଟକା, ପୁଣି ବଢିଲା ସୁନା ଦର appeared first on KNews Odisha.

ସୁନା କିଣୁଥିବା ଗ୍ରାହକଙ୍କ ପାଇଁ ବଡ଼ ଖବର। ପୁଣି ବଢିଲା ସୁନା ରେଟ୍। ଗତ କିଛି ଧରି ସୁନା ଦର ବୃହତ ଭାବରେ ବୃଦ୍ଧି ପାଇବାରେ ଲାଗିଛି । ତେବେ ଆଜି ପୁଣି ଦର ବୃଦ୍ଧି ପାଇଛି । ସବୁଠାରୁ ବଡ଼ କଥା ହେଲା ଏବେ ବାହାଘର ସିଜିନ୍ ଥିବାରୁ ସୁନାଦରର ବୃଦ୍ଧି ସୁନାପ୍ରେମୀଙ୍କ ମୁଣ୍ଡ ବିନ୍ଧାଇଦେଇଛି । ତେବେ ଯଦି ଆପଣ ଆଜି ସୁନା ରୂପା କିଣିବାକୁ ଯୋଜନା କରିଛନ୍ତି । ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ଉଭୟ ୨୨ ଓ ୨୪ କ୍ୟାରେଟ୍ ବିଶିଷ୍ଟ ସୁନା ଦର ବଢିଛି । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୭, ୪୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୯ ହଜାର ୩୦୦ ଟଙ୍କା ଛୁଇଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୭, ୪୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୯ ହଜାର ୩୦୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୭, ୪୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୯, ୩୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୭, ୫୭୦ ଟଙ୍କା ଓ ୨୨ କ୍ୟାରେଟ୍ ୮୯,୪୫୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୭, ୪୨୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୯, ୩୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୭, ୪୨୦ ଓ ୮୯, ୩୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୦୦,୦୦୦ ଟଙ୍କା ହୋଇଛି ।
କେମିତି ଜାଣିବେ ସୁନାର ଶୁଦ୍ଧତା ଜାଣନ୍ତୁ –
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ ।
ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ ।
ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।
ସଠିକ୍ ଦାମ୍ରେ କେମିତି କିଣିବେ ସୁନା
ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ।
ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ ।
ଆହୁରି ପଢ଼ନ୍ତୁ : ନୂଆ ଲୁକରେ Kawasakiର ଏହି ବାଇକ୍, ଜାଣନ୍ତୁ କେତେ ରହିଛି ପ୍ରାଇସ୍
The post ବାହାଘର ସିଜିନ୍ ରେ ସୁନାପ୍ରେମୀଙ୍କୁ ଝଟକା, ପୁଣି ବଢିଲା ସୁନା ଦର appeared first on KNews Odisha.