ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ ସେତେବେଳେ ଓଡ଼ିଶାର ମୃତକଙ୍କ ପରିବାରକୁ ସହଯୋଗର ହାତ ବଢ଼ାଇବାକୁ କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଆଗେଇ ଆସିଥିଲେ । ମୃତକଙ୍କ ପରିବାର ସଦସ୍ୟଙ୍କୁ କିଟ୍ ଓ କିସ୍ ରେ ଯୋଗ୍ୟତା ଭିତ୍ତିିରେ ନିଯୁକ୍ତି ଓ ସେମାନଙ୍କ ପିଲାଙ୍କୁ କିଟ୍ ରେ ବିନା ଦେୟରେ ଉଚ୍ଚତର ଶିକ୍ଷା ପ୍ରଦାନ ନିମନ୍ତେ ଡ. ସାମନ୍ତ […] The post ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ appeared first on KNews Odisha.

ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ
bahanaga

ବାଲେଶ୍ୱର ଜିଲ୍ଲା ବାହାନଗାଠାରେ ଘଟିଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାକୁ ପୂରିଛି ଏକ ବର୍ଷ । ଏଭଳି ଦୁର୍ଘଟଣାରେ ମର୍ମାହତ ହୋଇ ସେତେବେଳେ ଓଡ଼ିଶାର ମୃତକଙ୍କ ପରିବାରକୁ ସହଯୋଗର ହାତ ବଢ଼ାଇବାକୁ କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଆଗେଇ ଆସିଥିଲେ । ମୃତକଙ୍କ ପରିବାର ସଦସ୍ୟଙ୍କୁ କିଟ୍ ଓ କିସ୍ ରେ ଯୋଗ୍ୟତା ଭିତ୍ତିିରେ ନିଯୁକ୍ତି ଓ ସେମାନଙ୍କ ପିଲାଙ୍କୁ କିଟ୍ ରେ ବିନା ଦେୟରେ ଉଚ୍ଚତର ଶିକ୍ଷା ପ୍ରଦାନ ନିମନ୍ତେ ଡ. ସାମନ୍ତ ତୁରନ୍ତ ଘୋଷଣା କରିଥିଲେ ।

ଘୋଷଣା ମୁତାବକ ପ୍ରାୟ ୧୨ଜଣଙ୍କୁ କିଟ୍ ଓ କିସ୍ ରେ ନିଯୁକ୍ତି ଦିଆଯାଇଥିଲା । ଏହା ସହ ପିତାମାତା ହରାଇଥିବା ଲୋକଙ୍କ ପିଲାମାନେ କିଟ୍ ରେ ଉଚ୍ଚତର ବୈଷୟିକ ଶିକ୍ଷା ମାଗଣାରେ ପଢ଼ିବାର ସୁଯୋଗ ପାଇଥିଲେ । ଆଜି ସେହି ମୃତକଙ୍କ ପରିବାର ଅନ୍ତତଃ ଶାନ୍ତିରେ ପରିବାର ଚଳାଉଛନ୍ତି । କିଟ୍ ଓ କିସ୍ ରେ ନିଯୁକ୍ତି ମିଳିଥିବାରୁ ସେମାନଙ୍କ ଦୁଃଖ କିଛି ପରିମାଣରେ ଲାଘବ ହୋଇଛି । ଏଥିପାଇଁ ସେମାନେ କିଟ୍ ଓ କିସ୍ ପ୍ରତିଷ୍ଠାତାଙ୍କୁ କୃତଜ୍ଞତା ମଧ୍ୟ ଜଣାଇଛନ୍ତି ।

ବାଲେଶ୍ବର ଟ୍ରେନ ଦୁର୍ଘଟଣା ଦିନ ଉଦ୍ଧାର କାର୍ଯ୍ୟରେ ଲାଗି ପଡିଥିଲେ ବାଲେଶ୍ବରବାସୀ । ଯିଏ ଯେଉଁ ପ୍ରକାର ସାହାଯ୍ୟ କରିଥିଲେ । ବିଛାଡି ହୋଇ ପଡିଥିବା ଟ୍ରେନ ବଗିରୁ ଲୋକଙ୍କୁ ଉଦ୍ଧାର କରି କିଏ ଆହତଙ୍କୁ ପାଣି ଦେଉଥାଏ ତ କିଏ ସେମାନଙ୍କୁ ଆଉଁସି ଦେଉଥାଏ । ତୁରନ୍ତ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିବାକୁ ବ୍ୟବସ୍ଥା କରିଥିଲେ । ଖାଲି ସେତିକି ନୁହେଁ ଆହତଙ୍କୁ ରକ୍ତ ଦେବାକୁ ଲୋକଙ୍କ ଲାଇନ ଲାଗିଥିଲା । ବିଳମ୍ବିତ ରାତି ଯାଏ ଆହତଙ୍କୁ ରକ୍ତଦାନ ପାଇଁ ଧାଡିରେ ଅପେକ୍ଷା କରିଥିଲେ । ବିପତ୍ତି ସମୟରେ ବାଲେଶ୍ବରବାସୀ ଯେଉଁଭଳି କାର୍ଯ୍ୟ କରିଥିଲେ ତାହା ଉଦାହରଣ ସୃଷ୍ଟି କରିଥିଲା । ସାଉଁଟି ଥିଲା ପ୍ରଶଂସା ।

ଟ୍ରେନ ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଏଥିରେ ପ୍ରାଣ ହରାଇଥିବା ଯାତ୍ରୀଙ୍କୁ ଚିହ୍ନିବା ମୁସ୍କିଲ ହୋଇପଡିଥିଲା । ସବୁଠାରୁ ଅଧିକ ଆହ୍ବାନପୂର୍ଣ୍ଣ ଥିଲା ମୃତଦେହ ଚିହ୍ନଟ କରିବା ଓ ପରିବାର ସଦସ୍ୟଙ୍କୁ ହସ୍ତାନ୍ତର କରିବା ପ୍ରକ୍ରିୟା । ଏଥିପାଇଁ ଓଡିଶା ସରକାର ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିଥିଲେ । ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ , ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଓ ଅନେତ ନେତାଙ୍କ ସୁଅ ଛୁଟିଥିଲା । ରେଳ ବିଭାଗ ପକ୍ଷରୁ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଥିଲା। ଦୁର୍ଘଟଣା ପରେ ଅନେକଙ୍କୁ ନିଜର ଆତ୍ମିୟଙ୍କ ମୃତ ଶରୀର ହସ୍ତାନ୍ତର କରାଯାଇଥିଲା । କିନ୍ତୁ ଏବେବି ଅନେକ ମୃତକଙ୍କ ପରିଚୟ ମିଳି ପାରିନାହିଁ।

The post ବାହାନଗା ରେଳ ଦୁର୍ଘଟଣାକୁ ବର୍ଷେ, ମୃତକଙ୍କ ପରିବାରକୁ ସହଯୋଗ କରିଥିଲେ ଡ. ଅଚ୍ୟୁତ ସାମନ୍ତ appeared first on KNews Odisha.