ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ, ୪ଟାରେ ହେବ ରଥ ଟଣା

ପୁରୀ ୪।୭: ଶନିବାର ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଶ୍ରୀଗୁଣ୍ଡିଚା ଯାତ୍ରା ଭଳି ବାହୁଡ଼ା ଯାତ୍ରା ପାଇଁ ମଧ୍ୟ ପୋଲିସ ପ୍ରଶାସନ ପକ୍ଷରୁ ସମାନ ବ୍ୟବସ୍ଥା ଗ୍ରହଣ କରାଯାଇଛି ।‌ ଶନିବାର ଭୋର ୪ଟାରେ ମଙ୍ଗଳ ଆଳତୀ, ଭୋର ୪ଟା୧୫ରେ ମଇଲମ, ୪ଟା୩୦ରେ ତଡ଼ପ ଲାଗି,‌ ରୋଷହୋମ, ୫ଟାରେ ଅବକାଶ, ୫ଟା୧୫ରେ ସୂର୍ଯ୍ୟପୂଜା, ୫ଟା୩୦ରେ ଦ୍ଵାରପାଳ ପୂଜା, ବେଶ ଶେଷ ହୋଇ ସକାଳ ୫ଟା୪୫ ରୁ ୬ଟା୪୫ ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପରେ କେବଳ ଖେଚୁଡ଼ି ଭୋଗ, ସକାଳ ୭ଟାରୁ ୧୧ଟା୩୦ ସେନାପଟା ଲାଗି ନୀତି ଚୂଡ଼ାନ୍ତ ହୋଇଛି ।ସେହିପରି ୧୧ଟା୪୫ରେ ମଙ୍ଗଳାର୍ପଣ, ମଧ୍ୟାହ୍ନ ୧୨ଟାରୁ ୨ଟା୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ନ ୧ଟାରୁ ୨ଟା୩୦ ମଧ୍ୟରେ ବେଶ ଶେଷ, ଅପରାହ୍ନ ୨ଟା୩୦ରୁ ୩ଟା୩୦ ମଧ୍ୟରେ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଚାରମାଳ ଫିଟା ଓ ଘୋଡ଼ା ଲାଗିବା ପରେ ୪ଟାରେ ରଥ ଟାଣିବା ପାଇଁ ନୀତି ନିର୍ଘଣ୍ଟ ହୋଇଛି ।You Can Read:ତେଲେଙ୍ଗାନା ବିସ୍ଫୋରଣ ଘଟଣା : ଗଞ୍ଜାମ ଜିଲ୍ଲାର ଆଉ ଜଣଙ୍କର ମୃତ୍ୟୁ, ଜନ୍ମମାଟିକୁ ଫେରିଲା ମରଶରୀର

ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ, ୪ଟାରେ ହେବ ରଥ ଟଣା

ପୁରୀ ୪।୭: ଶନିବାର ବାହୁଡ଼ା ଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । ଶ୍ରୀଗୁଣ୍ଡିଚା ଯାତ୍ରା ଭଳି ବାହୁଡ଼ା ଯାତ୍ରା ପାଇଁ ମଧ୍ୟ ପୋଲିସ ପ୍ରଶାସନ ପକ୍ଷରୁ ସମାନ ବ୍ୟବସ୍ଥା ଗ୍ରହଣ କରାଯାଇଛି ।‌ 

ଶନିବାର ଭୋର ୪ଟାରେ ମଙ୍ଗଳ ଆଳତୀ, ଭୋର ୪ଟା୧୫ରେ ମଇଲମ, ୪ଟା୩୦ରେ ତଡ଼ପ ଲାଗି,‌ ରୋଷହୋମ, ୫ଟାରେ ଅବକାଶ, ୫ଟା୧୫ରେ ସୂର୍ଯ୍ୟପୂଜା, ୫ଟା୩୦ରେ ଦ୍ଵାରପାଳ ପୂଜା, ବେଶ ଶେଷ ହୋଇ ସକାଳ ୫ଟା୪୫ ରୁ ୬ଟା୪୫ ମଧ୍ୟରେ ଗୋପାଳ ବଲ୍ଲଭ ଓ ସକାଳ ଧୂପରେ କେବଳ ଖେଚୁଡ଼ି ଭୋଗ, ସକାଳ ୭ଟାରୁ ୧୧ଟା୩୦ ସେନାପଟା ଲାଗି ନୀତି ଚୂଡ଼ାନ୍ତ ହୋଇଛି ।

ସେହିପରି ୧୧ଟା୪୫ରେ ମଙ୍ଗଳାର୍ପଣ, ମଧ୍ୟାହ୍ନ ୧୨ଟାରୁ ୨ଟା୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ନ ୧ଟାରୁ ୨ଟା୩୦ ମଧ୍ୟରେ ବେଶ ଶେଷ, ଅପରାହ୍ନ ୨ଟା୩୦ରୁ ୩ଟା୩୦ ମଧ୍ୟରେ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଚାରମାଳ ଫିଟା ଓ ଘୋଡ଼ା ଲାଗିବା ପରେ ୪ଟାରେ ରଥ ଟାଣିବା ପାଇଁ ନୀତି ନିର୍ଘଣ୍ଟ ହୋଇଛି ।

You Can Read:

ତେଲେଙ୍ଗାନା ବିସ୍ଫୋରଣ ଘଟଣା : ଗଞ୍ଜାମ ଜିଲ୍ଲାର ଆଉ ଜଣଙ୍କର ମୃତ୍ୟୁ, ଜନ୍ମମାଟିକୁ ଫେରିଲା ମରଶରୀର