ବାୟୁସେନା ଯବାନଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ, ୩ ଆହତ

ନୂଆଦିଲ୍ଲୀ,୪ା୫: ଶନିବାର ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ସୁରାନକୋଟ ଅଞ୍ଚଳରେ ଆତଙ୍କବାଦୀମାନେ ବାୟୁସେନା କର୍ମଚାରୀ ଯାଉଥିବା ଦୁଇଟି ଗାଡିରେ ଆକ୍ରମଣ କରିଛନ୍ତି। ଯେଉଁଥିରେ ଭାରତୀୟ ବାୟୁସେନାର ତିନି କର୍ମଚାରୀ ଆହତ ହୋଇଥିବା ଖବର ମିଳିଛି। ଆହତ ହୋଇଥିବା ପାଞ୍ଚ ଜଣଙ୍କ ମଧ୍ୟରୁ ଜଣେ ବିମାନ କର୍ମଚାରୀ ଗୁରୁତର ଥିବା ଜଣାପଡିଛି। ସମସ୍ତଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ରାଷ୍ଟ୍ରୀୟ ରାଇଫଲ୍ସ ୟୁନିଟ୍‌ ପକ୍ଷରୁ କର୍ଡନ କରି ଜୋରଦାର ତଲାସୀ କରାଯାଉଛି। ଚଳିତ ବର୍ଷ ଏହି ଅଞ୍ଚଳରେ […] The post ବାୟୁସେନା ଯବାନଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ, ୩ ଆହତ appeared first on Dharitri Odia News.

ବାୟୁସେନା ଯବାନଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ, ୩ ଆହତ

ନୂଆଦିଲ୍ଲୀ,୪ା୫: ଶନିବାର ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ସୁରାନକୋଟ ଅଞ୍ଚଳରେ ଆତଙ୍କବାଦୀମାନେ ବାୟୁସେନା କର୍ମଚାରୀ ଯାଉଥିବା ଦୁଇଟି ଗାଡିରେ ଆକ୍ରମଣ କରିଛନ୍ତି। ଯେଉଁଥିରେ ଭାରତୀୟ ବାୟୁସେନାର ତିନି କର୍ମଚାରୀ ଆହତ ହୋଇଥିବା ଖବର ମିଳିଛି।

ଆହତ ହୋଇଥିବା ପାଞ୍ଚ ଜଣଙ୍କ ମଧ୍ୟରୁ ଜଣେ ବିମାନ କର୍ମଚାରୀ ଗୁରୁତର ଥିବା ଜଣାପଡିଛି। ସମସ୍ତଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ରାଷ୍ଟ୍ରୀୟ ରାଇଫଲ୍ସ ୟୁନିଟ୍‌ ପକ୍ଷରୁ କର୍ଡନ କରି ଜୋରଦାର ତଲାସୀ କରାଯାଉଛି।

ଚଳିତ ବର୍ଷ ଏହି ଅଞ୍ଚଳରେ ସଶସ୍ତ୍ର ବାହିନୀ ଉପରେ ଏହା ହେଉଛି ପ୍ରଥମ ଆକ୍ରମଣ, ଯେତେବେଳେ କି ଗତ ବର୍ଷ ସେନା ଉପରେ ଅନେକ ଥର ଆତଙ୍କବାଦୀ ଆକ୍ରମଣର ଦେଖିବାକୁ ମିଳିଥିଲା। ଏହି ଆକ୍ରମଣରେ ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି ସୂଚନା ଆସିନାହିଁ।

The post ବାୟୁସେନା ଯବାନଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ, ୩ ଆହତ appeared first on Dharitri Odia News.