ବିଇଓଙ୍କ କାର୍ଯ୍ୟାଳୟରେ ପଶିଲା ପାଣି
ଭୁବନେଶ୍ୱର,୧୯।୭: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଲଘୁଚାପ ଯୋଗୁ ପୁରୀ ଜିଲା କଣାସ ଅଞ୍ଚଳରେ ମଧ୍ୟ ବର୍ଷା ହୋଇଛି। ହେଲେ ବର୍ଷା ଜଳ କଣାସ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟରେ ପଶିଛି। ଏପରି କି ଅସରାଏ ବର୍ଷା ହେଲେ ବିଇଓଙ୍କ କାର୍ଯ୍ୟାଳୟ […] The post ବିଇଓଙ୍କ କାର୍ଯ୍ୟାଳୟରେ ପଶିଲା ପାଣି appeared first on Dharitri Odia News.
ଭୁବନେଶ୍ୱର,୧୯।୭: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଓଡ଼ିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।
ଲଘୁଚାପ ଯୋଗୁ ପୁରୀ ଜିଲା କଣାସ ଅଞ୍ଚଳରେ ମଧ୍ୟ ବର୍ଷା ହୋଇଛି। ହେଲେ ବର୍ଷା ଜଳ କଣାସ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟରେ ପଶିଛି। ଏପରି କି ଅସରାଏ ବର୍ଷା ହେଲେ ବିଇଓଙ୍କ କାର୍ଯ୍ୟାଳୟ ପରିସରରେ ଆଣ୍ଠୁଏ ଆଣ୍ଠୁଏ ପାଣି ଜମି ରହୁଥିବା ସ୍ଥାନୀୟ ଲୋକେ କହିଛନ୍ତି। ଫଳରେ କର୍ମଚାରୀ, ଶିକ୍ଷକ ଅଫିସ ଆସିବାକୁ ନାରାଜ ହେଉଛନ୍ତି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।
ଅନ୍ୟପକ୍ଷେ ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ କୋରାପୁଟ, ମାଲକାନଗିରି, ଗଞ୍ଜାମ ଓ ଗଜପତି ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହପିରି ପ୍ରବଳ ବର୍ଷା ପାଇଁ ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ ଓ ପୁରୀ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ଅନ୍ୟପକ୍ଷେ ଲଘୁଚାପ ପ୍ରଭାବରେ କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ଏନେଇ ଶନିବାର ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କରାଯାଇଛି ।
The post ବିଇଓଙ୍କ କାର୍ଯ୍ୟାଳୟରେ ପଶିଲା ପାଣି appeared first on Dharitri Odia News.