ବିଚ୍‌ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା

ଖୋର୍ଦ୍ଧା,୨୫।୮: ଖୋର୍ଦ୍ଧା ଟାଉନ ଥାନା ବଜାରରେ ରବିବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଛି। ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ମୃତକ ହେଲେ ଶେଖ ସାଜିଦ୍‌। ଘଟଣା ପରେ ପୋଲିସ ଡିଜିପି ୱାଇ.ବି ଖୁରାନିଆ ଏବଂ ଗୋଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରିଛନ୍ତି। ମିଳିଥିବା ସୂଚନା ମୁତାବକ, କେତେଜଣ ଯୁବକ ମାରଣାସ୍ତ୍ର ଧରି ଶେଖ ସାଜିଦ୍‌ଙ୍କୁ […] The post ବିଚ୍‌ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା appeared first on Dharitri Odia News.

ବିଚ୍‌ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା

ଖୋର୍ଦ୍ଧା,୨୫।୮: ଖୋର୍ଦ୍ଧା ଟାଉନ ଥାନା ବଜାରରେ ରବିବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଛି। ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ମୃତକ ହେଲେ ଶେଖ ସାଜିଦ୍‌। ଘଟଣା ପରେ ପୋଲିସ ଡିଜିପି ୱାଇ.ବି ଖୁରାନିଆ ଏବଂ ଗୋଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, କେତେଜଣ ଯୁବକ ମାରଣାସ୍ତ୍ର ଧରି ଶେଖ ସାଜିଦ୍‌ଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲେ। ଫଳରେ ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇ ପ୍ରବଳ ରକ୍ତସ୍ରାବ ହୋଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଅନ୍ୟପକ୍ଷେ ସ୍ଥାନୀୟ ଲୋକେ ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବି କରିଛନ୍ତି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ଲାଗିରହିଛି। ପୋଲିସ ଲୋକଙ୍କୁ ବୁଝାଶୁଝା ପରେ ପରିସ୍ଥିତି ସାମାନ୍ୟ ଶାନ୍ତ ପଡିଥିବା ଜଣାପଡିଛି।

The post ବିଚ୍‌ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା appeared first on Dharitri Odia News.