ବିଜୁ ବାବୁଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ନନ୍ଦିଘୋଷ ବ୍ୟୁରୋ: ବିଜୁ ବାବୁଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ... The post ବିଜୁ ବାବୁଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ appeared first on .
ନନ୍ଦିଘୋଷ ବ୍ୟୁରୋ: ବିଜୁ ବାବୁଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସୋସିଆଲ ମିଡିଆ ଏକ୍ସ ରେ ସେ ଲେଖିଛନ୍ତି, ମହାନ ଜନନାୟକ, ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କ ପରାକ୍ରମ, ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ବଳିଷ୍ଠ ଅବଦାନ, ନାରୀ ସଶକ୍ତିକରଣ ଏବଂ ଓଡ଼ିଶାକୁ ଅଗ୍ରଣୀ ରାଜ୍ୟରେ ପରିଣତ କରିବାରେ ବହୁମୂଲ୍ୟ ଯୋଗଦାନ ଆମକୁ ପ୍ରେରଣା ଯୋଗାଇ ଆସିଛି। ତାଙ୍କ ପ୍ରଦର୍ଶିତ ମାର୍ଗରେ ଓଡ଼ିଆ ସ୍ୱାଭିମାନ ରକ୍ଷା ସହ ଲୋକଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ଆମେ ବଦ୍ଧପରିକର ।
The post ବିଜୁ ବାବୁଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ appeared first on .