ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣା: ପ୍ରତିବାଦ କଲା ଗଜପତି ବିଜେଡି

ଗଜପତି,୧୫।୪(ଗିରିଧାରୀ ପରିଛା): ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ବିଜେଡି ବିରୋଧ ପ୍ରଦର୍ଶନ କରିଛି। ମଙ୍ଗଳବାର ବଲାଙ୍ଗୀର ଜିଲା ପାଟଣାଗଡରେ ଗଜପତି ଜିଲା ବିଜେଡି ତରଫରୁ ହାଇସ୍କୁଲ ନିକଟରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତି ତଳେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ହଜାର ହଜାର ନେତା ଓ କର୍ମୀ ପ୍ରତିବାଦ କରିଛନ୍ତି। ସେମାନେ ବିରୋଧ କରି କହିଛନ୍ତି, ଭାଜପା ସରକାରଙ୍କ ଆଇନଶୃଙ୍ଖଳା ପରିସ୍ଥିତି ଭୁଶୁଡି ଯାଇଛି । ତେଣୁ ଦୋଷୀଙ୍କୁ ତୁରନ୍ତ […] The post ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣା: ପ୍ରତିବାଦ କଲା ଗଜପତି ବିଜେଡି appeared first on Dharitri Odia News.

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣା: ପ୍ରତିବାଦ କଲା ଗଜପତି ବିଜେଡି

ଗଜପତି,୧୫।୪(ଗିରିଧାରୀ ପରିଛା): ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ବିଜେଡି ବିରୋଧ ପ୍ରଦର୍ଶନ କରିଛି। ମଙ୍ଗଳବାର ବଲାଙ୍ଗୀର ଜିଲା ପାଟଣାଗଡରେ ଗଜପତି ଜିଲା ବିଜେଡି ତରଫରୁ ହାଇସ୍କୁଲ ନିକଟରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତି ତଳେ ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀଙ୍କ ନେତୃତ୍ୱରେ ହଜାର ହଜାର ନେତା ଓ କର୍ମୀ ପ୍ରତିବାଦ କରିଛନ୍ତି। ସେମାନେ ବିରୋଧ କରି କହିଛନ୍ତି, ଭାଜପା ସରକାରଙ୍କ ଆଇନଶୃଙ୍ଖଳା ପରିସ୍ଥିତି ଭୁଶୁଡି ଯାଇଛି । ତେଣୁ ଦୋଷୀଙ୍କୁ ତୁରନ୍ତ ଗିରଫ କରିବା ସହ ଯୁବପିଢିଙ୍କୁ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ପାଇଁ ଦାବି କରିଛନ୍ତି ପାରଳାଖେମୁଣ୍ଡି ବିଧାୟକ ରୂପେଶ କୁମାର ପାଣିଗ୍ରାହୀ।

The post ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣା: ପ୍ରତିବାଦ କଲା ଗଜପତି ବିଜେଡି appeared first on Dharitri Odia News.