ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ମେ’ ପହିଲାରୁ ମିଳିବ ଚିକିତ୍ସା ସୁବିଧା
ଭୁବନେଶ୍ୱର,୬।୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟରେ ବିଏସ୍କଓ୍ବୋଇ ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ସମସ୍ତ ଗାଁ ଗହଳିର ଲୋକେ ଏହି ସୁବିଧା ପାଇବେ। ଆଜିଠାରୁ ଏହି କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ’ ପହିଲା ଠାରୁ ହିତାଧିକାରୀମାନେ ଏହାର ସୁବିଧା ପାଇବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସାଢେ ୪ କୋଟି ଓଡିଶାବାସୀ ହେଉଛନ୍ତି ମୋ’ ପରିବାର । ଆପଣମାନଙ୍କ ସୁଖ […] The post ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ମେ’ ପହିଲାରୁ ମିଳିବ ଚିକିତ୍ସା ସୁବିଧା appeared first on Dharitri Odia News.
ଭୁବନେଶ୍ୱର,୬।୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ରାଜ୍ୟରେ ବିଏସ୍କଓ୍ବୋଇ ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ସମସ୍ତ ଗାଁ ଗହଳିର ଲୋକେ ଏହି ସୁବିଧା ପାଇବେ। ଆଜିଠାରୁ ଏହି କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ’ ପହିଲା ଠାରୁ ହିତାଧିକାରୀମାନେ ଏହାର ସୁବିଧା ପାଇବେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସାଢେ ୪ କୋଟି ଓଡିଶାବାସୀ ହେଉଛନ୍ତି ମୋ’ ପରିବାର । ଆପଣମାନଙ୍କ ସୁଖ ଦୁଃଖରେ ମୁଁ ସବୁବେଳେ ରହିଛି ଓ ରହିଥିବି। ଆପଣମାନଙ୍କ ଖୁସି ମୋ ଖୁସି ।
ସୁସ୍ଥ ସମାଜ ଏକ ସମୃଦ୍ଧ ରାଷ୍ଟ୍ରର ଆଧାର। ଏଣୁ ମୋ ପରିବାରର ଲୋକମାନେ କିପରି ସୁସ୍ଥ ରହିବେ ସେଥିପାଇଁ ମୁଁ ସବୁବେଳେ କାମ କରି ଚାଲିଛି ଓ କରି ଚାଲିବି।
ସୂଚନାଯୋଗ୍ୟ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ପରିବାର ଚିକିତ୍ସା ସୁବିଧା ପାଉଛନ୍ତି। ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବାବେଳେ ପରିବାରର ଅନ୍ୟ ସଦସ୍ୟ ମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି। ଏହି ଯୋଜନାରେ ମାସକୁ ୧ ଲକ୍ଷ ୩୦ ହଜାର ହିତାଧିକାରୀ ୮୧୬ଟି ପଞ୍ଜିକୃତ ବେସରକାରୀ ହସ୍ପିଟାଲରେ ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୨୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି।
ଏବେ ବିଏସ୍କଓ୍ବୋଇ ନବୀନ କାର୍ଡ ଦ୍ୱାରା ଆହୁରି ଅଧିକ ପରିବାର ଏହି ଯୋଜନାରେ ସାମିଲ ହୋଇପାରିବେ। ୫-ଟି ଅଧ୍ୟକ୍ଷଙ୍କ ଜିଲାଗସ୍ତ ସମୟରେ ଗ୍ରାମାଞ୍ଚଳର ବିଏସ୍କଓ୍ବୋଇ ପାଇବାରୁ ବଞ୍ଚିତ ଲୋକେ ଏହି ଯୋଜନାରେ ସାମିଲ ହେବା ପାଇଁ ଅନୁରୋଧ କରିଥିଲେ। ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ଏହି ନବୀନ କାର୍ଡ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଥିଲେ। ତେବେ ପରବର୍ତ୍ତୀ ପର୍ଯ୍ୟାୟରେ ସହରାଞ୍ଚଳର ପ୍ରାୟ ସମସ୍ତଙ୍କୁ ବିଏସ୍କଓ୍ବୋଇ ନବୀନ କାର୍ଡରେ ସାମିଲ କରାଯିବ।
The post ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ମେ’ ପହିଲାରୁ ମିଳିବ ଚିକିତ୍ସା ସୁବିଧା appeared first on Dharitri Odia News.