ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ: ଏହି ୬ ଜିଲାକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୭।୮: ଆସନ୍ତା ୨୯ରେ ଆଉ ଏକ ଲଘୁଚାପ କ୍ଷେତ୍ର ପୂର୍ବ ଓ ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟିହେବ। ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ମଙ୍ଗଳବାର ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୬ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ […] The post ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ: ଏହି ୬ ଜିଲାକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ appeared first on Dharitri Odia News.

ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ: ଏହି ୬ ଜିଲାକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୭।୮: ଆସନ୍ତା ୨୯ରେ ଆଉ ଏକ ଲଘୁଚାପ କ୍ଷେତ୍ର ପୂର୍ବ ଓ ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟିହେବ। ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ମଙ୍ଗଳବାର ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୬ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱର ଜିଲାକୁ ମଧ୍ୟ ୟେଲୋ ୱାର୍ନିଂ ଜାରି ହୋଇଛି।

ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରୁ ଉତ୍ତରପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଥିବା ମନସୁନ୍‌ ଟ୍ରପ ଲାଇନ ପାଇଁ ବର୍ଷା ଜାରି ରହିଛି। ତେବେ ସୃଷ୍ଟ ଲଘୁଚାପ ୨୮ ତାରିଖ ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଆଖପାଖ ଅଞ୍ଚଳ ସମେତ ଉତ୍ତର ଓଡ଼ିଶା ଅତିକ୍ରମ କରିବ।

The post ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ: ଏହି ୬ ଜିଲାକୁ ୟେଲୋ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ appeared first on Dharitri Odia News.