ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୮।୩: ଓଡ଼ିଶା ଉପକୂଳ ସଂଲଗ୍ନ ବଙ୍ଗୋପସାଗରରେ ଗୁରୁଚାପ ବଳୟ ରହୁଥିବାରୁ ବାୟୁମଣ୍ଡଳର ମଧ୍ୟଭାଗରୁ ଉପରଭାଗ ମଧ୍ୟରେ ନିମ୍ନଚାପରେଖା ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ କେତେକ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ ଜିଲାରେ ବିଜୁଳି ଘଡଘଡି ସହିତ ୩୦-୪୦ କିଲୋମିଟର […] The post ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି appeared first on Dharitri Odia News.

ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୮।୩: ଓଡ଼ିଶା ଉପକୂଳ ସଂଲଗ୍ନ ବଙ୍ଗୋପସାଗରରେ ଗୁରୁଚାପ ବଳୟ ରହୁଥିବାରୁ ବାୟୁମଣ୍ଡଳର ମଧ୍ୟଭାଗରୁ ଉପରଭାଗ ମଧ୍ୟରେ ନିମ୍ନଚାପରେଖା ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲିଠାରୁ କେତେକ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ ଜିଲାରେ ବିଜୁଳି ଘଡଘଡି ସହିତ ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଏହି ସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସ୍ବେହିଭଳି ଆସନ୍ତା ୨୧ ତାରିଖ ଯାଏଁ କାଳବୈଶାଖୀର ପ୍ରଭାବ ରହିବ ବୋଲି ମଧ୍ୟ ସୂଚନା ଦିଆଯାଇଛି । ମଙ୍ଗଳବାର ଏବଂ ବୁଧବାର ମଧ୍ୟରେ ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ରାୟଗଡ଼, ନବରଙ୍ଗପୁର, ଅନୁଗୁଳ, ନୟାଗଡ଼, ଢେଙ୍କାନାଳ ଜିଲାରେ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ କଟକ, ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରେ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

The post ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି appeared first on Dharitri Odia News.