ବିଜେଡ଼ିରେ ଯୋଗଦେଲେ ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀର ବିଜେପି ନେତା ସଂଗ୍ରାମ ମହାପାତ୍ର
ଭୁବନେଶ୍ୱର : ଆଠମଲ୍ଲିକ ନିର୍ବାଚନମଣ୍ଡଳୀର ବିଜେପି ନେତା ସଂଗ୍ରାମ ମହାପାତ୍ରଙ୍କ ସମେତ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଏବଂ ଆଠମଲ୍ଲିକ ଓ ଅନୁଗୁଳ ପର୍ଯ୍ୟବେକ୍ଷକ ଚିନ୍ମୟ ସାହୁଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍ ହୋଇଥିବା ସଂଗ୍ରାମ ମହାପାତ୍ର ଏବଂ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧିଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ସାହୁ ଉପଢୌକନ ଦେଇ ଦଳକୁ ସ୍ୱାଗତ […]

ଭୁବନେଶ୍ୱର : ଆଠମଲ୍ଲିକ ନିର୍ବାଚନମଣ୍ଡଳୀର ବିଜେପି ନେତା ସଂଗ୍ରାମ ମହାପାତ୍ରଙ୍କ ସମେତ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଏବଂ ଆଠମଲ୍ଲିକ ଓ ଅନୁଗୁଳ ପର୍ଯ୍ୟବେକ୍ଷକ ଚିନ୍ମୟ ସାହୁଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍ ହୋଇଥିବା ସଂଗ୍ରାମ ମହାପାତ୍ର ଏବଂ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧିଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ସାହୁ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ଡକ୍ଟର ପାତ୍ର ଓ ଶ୍ରୀ ସାହୁ କହିଥିଲେ।
ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତା ସଂଗ୍ରାମ ମହାପାତ୍ର ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।
ଏହି ମିଶ୍ରଣ ପର୍ବରେ ରଜକ ଖାନ, ନବାବ ଖାନ, ହଜରତ ଖାନ, ବିଦେଶୀ ନାଏକ, ଅନିଲ ବଡ଼ମାଳି, ବଣ୍ଟି ମାଝୀ, ପ୍ରମୋଦ ଭୋଇ, ଦାନର ଭୋଇ, ଅମୀୟ ପ୍ରଧାନ, ଧନଞ୍ଜୟ ପ୍ରଧାନ, ଦୁଷ୍ମନ୍ତ ଘୋଶଲା, ସୁଶିଳା ବେହେରା, କହ୍ନେଇ ଘୋଶଲା, ଶମ୍ବୁ ଭୋଇ, ଜୁନା ଘୋଶଲା, ମନୋଜ ପୁତ୍ରା, ରଞ୍ଜୁବାଳା ମେହେର, କାରମାନ ପ୍ରଧାନ, ଶ୍ରୀବତ୍ସ ପ୍ରଧାନ, ମାଧବ ବେହେରା, ନରୋତ୍ତମ ପେଣ୍ଠି, ପଙ୍କଜ ଭୋଇ, ପଙ୍କଜ ବେହେରା, ମଣ୍ଟୁ ମିର୍ଦ୍ଧାଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।