ବିଜେଡି ନିର୍ବାଚନୀ ଇସ୍ତାହାର : ଯୁବତୀଯୁବକଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ ନୂଆ ଓ ଛାତ୍ରବୃତ୍ତି ବାଳିକାମାନଙ୍କ ପାଇଁ ବାର୍ଷିକ ୧୪,୦୦୦ ଏବଂ ପୁଅମାନଙ୍କ ପାଇଁ ବାର୍ଷିକ ୧୨,୦୦୦କୁ ବୃଦ୍ଧି କରାଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସରକାରୀ ପ୍ରବେଶ ପ୍ରକ୍ରିୟା ମାଧ୍ୟମରେ ଯୋଗ୍ୟତା ହାସଲ କରିବା ପରେ ଡିପ୍ଲୋମା ଏବଂ ଡିଗ୍ରୀ ପାଠ୍ୟକ୍ରମ କରୁଥିବା କଲେଜରେ ପଢୁ ଥିବା ସମସ୍ତ ଯୋଗ୍ୟ […] The post ବିଜେଡି ନିର୍ବାଚନୀ ଇସ୍ତାହାର : ଯୁବତୀଯୁବକଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ ନୂଆ ଓ ଛାତ୍ରବୃତ୍ତି ବାଳିକାମାନଙ୍କ ପାଇଁ ବାର୍ଷିକ ୧୪,୦୦୦ ଏବଂ ପୁଅମାନଙ୍କ ପାଇଁ ବାର୍ଷିକ ୧୨,୦୦୦କୁ ବୃଦ୍ଧି କରାଯିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସରକାରୀ ପ୍ରବେଶ ପ୍ରକ୍ରିୟା ମାଧ୍ୟମରେ ଯୋଗ୍ୟତା ହାସଲ କରିବା ପରେ ଡିପ୍ଲୋମା ଏବଂ ଡିଗ୍ରୀ ପାଠ୍ୟକ୍ରମ କରୁଥିବା କଲେଜରେ ପଢୁ ଥିବା ସମସ୍ତ ଯୋଗ୍ୟ ଛାତ୍ରଙ୍କୁ ଏହା ପ୍ରଦାନ କରାଯିବ। ଆସନ୍ତା ପାଞ୍ଚ ବର୍ଷରେ ୨ ଲକ୍ଷ ସରକାରୀ ଚାକିରି ଯୋଗାଇ ଦିଆଯିବ। ସ୍ବୟମ ଉଦ୍ୟୋଗୀ ଋଣକୁ ବ୍ୟାପକ କଭରେଜ ସହିତ ଏକ ଲକ୍ଷରୁ ୨ ଲକ୍ଷକୁ ବୃଦ୍ଧି କରାଯିବ। ଓଡ଼ିଶାରେ ଏକ ନୂତନ କୌଶଳ ଓ ଉଦ୍ୟୋଗୀ ବିଶ୍ୱବିଦ୍ୟାଳୟ, ଷ୍ଟେଟ ଇନଷ୍ଟିଚ୍ୟୁଟ୍ ଅଫ ଫ୍ୟାଶନ ଟେକ୍ନୋଲୋଜି ଏବଂ ଏଆଇ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଏହି ସମସ୍ତ ପଦକ୍ଷେପ ଯୁବକମାନଙ୍କୁ ସଶକ୍ତ କରିବା ଏବଂ ଓଡିଶାକୁ ଏକ ବୃହତ ଅଭିବୃଦ୍ଧି ପଥରେ ଆଗେଇ ନେବାକୁ ସକ୍ଷମ କରିବ।
The post ବିଜେଡି ନିର୍ବାଚନୀ ଇସ୍ତାହାର : ଯୁବତୀଯୁବକଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.