ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା
ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ ଭାବେ କାମ କରୁଥିବା ଅଭିଯୋଗ ହୋଇଛି। ବିଜେଡିକୁ ଫାଇଦା ପହଞ୍ଚିଇବାକୁ ସରକାରୀ କଳର ଅପବ୍ୟବହାର କରାଯାଉଥିବା ଭାଜପା କହିଛି। କ୍ଷମତାର ଦୁରୂପଯୋଗ କରି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ଧମକଚମକ ଦେଇ ବିଜେଡି ସପକ୍ଷରେ ଭୋଟ କରିବା ନିମନ୍ତେ ସୁଜାତା ପାଣ୍ଡିଆନ ପ୍ରୟାସ କରୁଛନ୍ତି। ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ […] The post ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା appeared first on Dharitri Odia News.
ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ ଭାବେ କାମ କରୁଥିବା ଅଭିଯୋଗ ହୋଇଛି। ବିଜେଡିକୁ ଫାଇଦା ପହଞ୍ଚିଇବାକୁ ସରକାରୀ କଳର ଅପବ୍ୟବହାର କରାଯାଉଥିବା ଭାଜପା କହିଛି। କ୍ଷମତାର ଦୁରୂପଯୋଗ କରି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ଧମକଚମକ ଦେଇ ବିଜେଡି ସପକ୍ଷରେ ଭୋଟ କରିବା ନିମନ୍ତେ ସୁଜାତା ପାଣ୍ଡିଆନ ପ୍ରୟାସ କରୁଛନ୍ତି। ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ ତାଙ୍କୁ ନିର୍ବାଚନ ସରିବା ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟରୁ ନିବୃତ୍ତ ରଖିବାକୁ ଭାଜପାର ସେଣ୍ଟ୍ରାଲ ଟିମ ଦାବି କରିଥିବା ଜଣାପଡିଛି।
The post ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା appeared first on Dharitri Odia News.