ବିଡିଏ ଏନ୍ଫୋର୍ସମେଣ୍ଟ ପାଇଁ ୬୭ଟି ନୂତନ ପଦବୀକୁ ଅନୁମୋଦନ
ଭୁବନେଶ୍ୱର : ଅଧିକ ଦକ୍ଷ ଓ କ୍ରିୟାଶୀଳ ହେବ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଏନ୍ଫୋର୍ସମେଣ୍ଟ ବ୍ୟବସ୍ଥା I ଗୁରୁବାର ଏନ୍ଫୋର୍ସମେଣ୍ଟ ପାଇଁ ୬୭ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିରେ ଗୋଟିଏ ଆସିଷ୍ଟାଣ୍ଟ କମିଶନର,୬ଟି ଏଏସଆଇ ଏବଂ ୬୦ଟି କନଷ୍ଟେବଲ ପଦବୀ ସାମିଲ ଅଛି । ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଏହି ପଦବୀ ସୃଷ୍ଟି ହେବ। ଫଳରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଏବଂ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ । […]

ଭୁବନେଶ୍ୱର : ଅଧିକ ଦକ୍ଷ ଓ କ୍ରିୟାଶୀଳ ହେବ ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ଏନ୍ଫୋର୍ସମେଣ୍ଟ ବ୍ୟବସ୍ଥା I ଗୁରୁବାର ଏନ୍ଫୋର୍ସମେଣ୍ଟ ପାଇଁ ୬୭ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିରେ ଗୋଟିଏ ଆସିଷ୍ଟାଣ୍ଟ କମିଶନର,୬ଟି ଏଏସଆଇ ଏବଂ ୬୦ଟି କନଷ୍ଟେବଲ ପଦବୀ ସାମିଲ ଅଛି । ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଏହି ପଦବୀ ସୃଷ୍ଟି ହେବ। ଫଳରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଏବଂ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ତ୍ୱରାନ୍ୱିତ ହୋଇପାରିବ ।
ଭୁବନେଶ୍ୱରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାକୁ ଦୃଷ୍ଟିରେ ରଖି ସହରର ସୌନ୍ଦର୍ଯ୍ୟକରଣ ଓ ବିଭିନ୍ନ ଭିତ୍ତିଭୂମି ନିର୍ମାଣ ଉଦ୍ଦେଶ୍ୟରେ ବିଡିଏର ଏନଫୋର୍ସମେଣ୍ଟ କାର୍ଯ୍ୟରେ ସମସ୍ୟା ଦେଖାଦେଉଥିଲା । ଏନଫୋର୍ସମେଣ୍ଟ କାର୍ଯ୍ୟକୁ ଅଧିକ ଫଳପ୍ରଦ ଓ ସୁସଂହତ କରିବା ଉଦ୍ଦେଶ୍ୟରେ ଆଜି ମୁଖ୍ୟମନ୍ତ୍ରୀ ୬୭ଟି ପଦବୀ ସୃଷ୍ଟି ପାଇଁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।