ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଶ୍ରମିକ ମୃତ 

କୁମାରଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। 

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଶ୍ରମିକ ମୃତ 

ଗଛ କାଟୁଥିବା ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ବଲାଙ୍ଗିର ସହର ଡୁଙ୍ଗରିପଡାରେ ଏପରି ଘଟଣା ଘଟିଛି। ମୃତ ଶ୍ରମିକ ଜଣଙ୍କ ହେଲେ କାଲିଝରଣ ଗାଁର କୁମାର ହରପାଳ।

ଡୁଙ୍ଗରିପଡାରେ ରହୁଥିବା ଜଣେ ଡାକ୍ତର ନିଜ ଘର ନିକଟରେ ଥିବା ଗଛ କାଟିବା ପାଇଁ କୁମାରଙ୍କୁ ଡାକିଥିଲେ। ଗତକାଲି କୁମାର ଡାକ୍ତରଙ୍କ ଘର ପାଖରେ ଥିବା ଗଛ କାଟୁଥିଲେ। ଗଛ କାଟୁଥିବା ସମୟରେ ନିକଟରେ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ କୁମାର ଆସିଯାଇଥିଲେ ଓ ତାଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। କୁମାରଙ୍କ  ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।