ବିଧାନସଭା ବଜେଟ ଅଧିବେଶ: ଆରମ୍ଭରୁ ଚାଲିପାରିିଲାନି ଗୃହ, ଦିନ ୧୨ଟା ଯାଏ ଗୃହ ମୁଲତବି

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନର ଦ୍ୱିିତୀୟ ପର୍ଯ୍ୟାୟ। ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ଦେଖିବାକୁ ମିଳିଛି। ଗୃହରେ ଉଭୟ ବିଜେଡି ଓ କଂଗ୍ରେସ ପ୍ରବଳ ହୋହାଲ୍ଲା ଓ ନାରାବାଜି କରିଥିଲେ। ବିରୋଧୀ ବିଜେଡି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନ ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କରିଛି। କାହିଁକି ରାଜ୍ୟସ୍ତରୀୟ ପଞ୍ଚାୟତିରାଜ ଦିବସକୁ ବିଜୁ ଜୟନ୍ତୀ ଦିନରୁ ବାତିଲ କରାଗଲା ବୋଲି ବିଜଡ଼ି ପ୍ରଶ୍ନ କରିଛି। ସେପଟେ କଂଗ୍ରେସ ମହିଳାଙ୍କ ସୁରକ୍ଷା ପ୍ରସଙ୍ଗ ଉଠାଇ ଗୃହ […]

ବିଧାନସଭା ବଜେଟ ଅଧିବେଶ: ଆରମ୍ଭରୁ ଚାଲିପାରିିଲାନି ଗୃହ, ଦିନ ୧୨ଟା ଯାଏ ଗୃହ ମୁଲତବି
Untitled 1 11

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନର ଦ୍ୱିିତୀୟ ପର୍ଯ୍ୟାୟ। ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ଦେଖିବାକୁ ମିଳିଛି। ଗୃହରେ ଉଭୟ ବିଜେଡି ଓ କଂଗ୍ରେସ ପ୍ରବଳ ହୋହାଲ୍ଲା ଓ ନାରାବାଜି କରିଥିଲେ। ବିରୋଧୀ ବିଜେଡି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନ ପ୍ରସଙ୍ଗ ଉଠାଇ ହଟ୍ଟଗୋଳ କରିଛି। କାହିଁକି ରାଜ୍ୟସ୍ତରୀୟ ପଞ୍ଚାୟତିରାଜ ଦିବସକୁ ବିଜୁ ଜୟନ୍ତୀ ଦିନରୁ ବାତିଲ କରାଗଲା ବୋଲି ବିଜଡ଼ି ପ୍ରଶ୍ନ କରିଛି। ସେପଟେ କଂଗ୍ରେସ ମହିଳାଙ୍କ ସୁରକ୍ଷା ପ୍ରସଙ୍ଗ ଉଠାଇ ଗୃହ ମଧ୍ୟ ଭାଗରେ ପ୍ରତିବାଦ କରିଥିଲେ। ପରେ ଦିନ ୧୨ଟା ଯାଏ ଗୃହକୁ ମୁଲତବି ରଖିଛନ୍ତି ବାଚସ୍ପତି ସୁରମା ପାଢୀ ।