ବିଧାନସଭାର ଶୀତ ଅଧିବେଶନ, ଗୃହରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରସ୍ତାବ ଆଗତ
ଭୁବନେଶ୍ୱର ୨୬।୧୧ : ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଜାତୀୟ ସଙ୍ଗୀତ ଗାନରୁ ଅଧିବେଶନ ଆରମ୍ଭ ହୋଇଇଛି। ଗୃହ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଦିବଙ୍ଗତ ନେତାମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି। ପୂର୍ବତନ ମନ୍ତ୍ରୀ ସ୍ଵର୍ଗତ ସମୀର ଦେ, ପୂର୍ବତନ ବିଧାୟକ ଧନେଶ୍ୱର ମାଝୀ, ପୂର୍ବତନ ବିଧାୟକ ମକରଧ୍ୱଜ ପ୍ରଧାନ, ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ, ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡା ଏବଂ ପୂର୍ବତନ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ମାଝୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।ସେହିପରି ମୁଖ୍ୟମନ୍ତ୍ରୀଙ୍କ ଆସିଥିବା ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ କଂଗ୍ରେସ ବିଧାୟକଦଳ ନେତା ରାମଚନ୍ଦ୍ର କାଡାମ୍ ସମର୍ଥନ ଜଣାଇଛନ୍ତି। ଏହାବତ୍ୟତୀ ମଙ୍ଗଳବାର ସନ୍ଧ୍ୟାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍ ଆଗତ ହେବ। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଏହାକୁ ଉପସ୍ଥାପନ କରିବେ।
ଭୁବନେଶ୍ୱର ୨୬।୧୧ : ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଜାତୀୟ ସଙ୍ଗୀତ ଗାନରୁ ଅଧିବେଶନ ଆରମ୍ଭ ହୋଇଇଛି। ଗୃହ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରସ୍ତାବ ଆଗତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଦିବଙ୍ଗତ ନେତାମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି। ପୂର୍ବତନ ମନ୍ତ୍ରୀ ସ୍ଵର୍ଗତ ସମୀର ଦେ, ପୂର୍ବତନ ବିଧାୟକ ଧନେଶ୍ୱର ମାଝୀ, ପୂର୍ବତନ ବିଧାୟକ ମକରଧ୍ୱଜ ପ୍ରଧାନ, ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ, ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡା ଏବଂ ପୂର୍ବତନ ବିଧାୟକ ପୂର୍ଣ୍ଣ ଚନ୍ଦ୍ର ମାଝୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ସେହିପରି ମୁଖ୍ୟମନ୍ତ୍ରୀଙ୍କ ଆସିଥିବା ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ କଂଗ୍ରେସ ବିଧାୟକଦଳ ନେତା ରାମଚନ୍ଦ୍ର କାଡାମ୍ ସମର୍ଥନ ଜଣାଇଛନ୍ତି। ଏହାବତ୍ୟତୀ ମଙ୍ଗଳବାର ସନ୍ଧ୍ୟାରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍ ଆଗତ ହେବ। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଏହାକୁ ଉପସ୍ଥାପନ କରିବେ।