ବିଧାନସଭାରେ ଇସ୍ପାତ ଓ ଖଣି ମନ୍ତ୍ରୀଙ୍କ ଉତ୍ତର, ଓଡିଶାରେ ମିଳିଛି ସୁନା ଖଣିର ସନ୍ଧାନ
ଭୁବନେଶ୍ୱର ୨୨।୦୮ : ଓଡିଶାରେ ମିଳିଛି ସୁନା ଖଣିର ସନ୍ଧାନ । କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନରେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏହି ଉତ୍ତର ଦେଇଛନ୍ତି । ମନ୍ତ୍ରୀଙ୍କ ଉତ୍ତର ଅନୁଯାୟୀ, କେନ୍ଦୁଝର ଜିଲ୍ଲାର ଗୋପୁର -ଗାଜିପୁର ଅଞ୍ଚଳରେ ମିଳିଛି ସୁନା ଖଣିର ସନ୍ଧାନ । ଏହାବାଦ୍ ମାଙ୍କଡ଼ଚୁଆଁ, ସଲେଇକଣା ଓ ଡ଼ିମିରିମୁଣ୍ଡା ଅଞ୍ଚଳରେ ସୁନା ଖଣି ପାଇଁ ବି ଚାଲିଛି ଚିହ୍ନଟ । ସେହିପରି ମୟୁରଭଞ୍ଜ ଜିଲ୍ଲାର ଯଶିପୁର, ସୂରିଆଗୁଡା,ରୁଆଁସୀ, ଇଡେଲକୁଚା, ମାରେଡିହି ଓ ସୁଲେଇପାଟ ଏବଂ ବାଦାମପାହାଡ଼ ଅଞ୍ଚଳରେ ସୁନାଖଣିର ଅନ୍ବେଷଣ ଚାଲିଛି । ବାକି ସୁନ୍ଦରଗଡ଼, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ସୁନା ଖଣି ଥିବାର ସୂଚନା ମିଳିଛି । ତାହାର ସବୁ ଯାଞ୍ଚ ବି ଚାଲିଛି ।
ଭୁବନେଶ୍ୱର ୨୨।୦୮ : ଓଡିଶାରେ ମିଳିଛି ସୁନା ଖଣିର ସନ୍ଧାନ । କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନରେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ଏହି ଉତ୍ତର ଦେଇଛନ୍ତି ।
ମନ୍ତ୍ରୀଙ୍କ ଉତ୍ତର ଅନୁଯାୟୀ, କେନ୍ଦୁଝର ଜିଲ୍ଲାର ଗୋପୁର -ଗାଜିପୁର ଅଞ୍ଚଳରେ ମିଳିଛି ସୁନା ଖଣିର ସନ୍ଧାନ । ଏହାବାଦ୍ ମାଙ୍କଡ଼ଚୁଆଁ, ସଲେଇକଣା ଓ ଡ଼ିମିରିମୁଣ୍ଡା ଅଞ୍ଚଳରେ ସୁନା ଖଣି ପାଇଁ ବି ଚାଲିଛି ଚିହ୍ନଟ । ସେହିପରି ମୟୁରଭଞ୍ଜ ଜିଲ୍ଲାର ଯଶିପୁର, ସୂରିଆଗୁଡା,ରୁଆଁସୀ, ଇଡେଲକୁଚା, ମାରେଡିହି ଓ ସୁଲେଇପାଟ ଏବଂ ବାଦାମପାହାଡ଼ ଅଞ୍ଚଳରେ ସୁନାଖଣିର ଅନ୍ବେଷଣ ଚାଲିଛି । ବାକି ସୁନ୍ଦରଗଡ଼, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ସୁନା ଖଣି ଥିବାର ସୂଚନା ମିଳିଛି । ତାହାର ସବୁ ଯାଞ୍ଚ ବି ଚାଲିଛି ।