ବିଧାନସଭାରେ ଭାଷା ଆଇନ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର, ୪।୨(ଅସମାପିକା ସାହୁ): ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସର ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ବିଧାନସଭାରେ ଭାଷା ଆଇନ’ ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଷାର ଉନ୍ନତି ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। ଓଡ଼ିଆ ଭାଷାର ସୁରକ୍ଷା ଏବଂ ଆଗାମୀ ପିଢ଼ି ପାଇଁ ବୈଷୟିକ ଜ୍ଞାନ କୌଶଳ ପ୍ରୟୋଗରେ ଏ କ୍ଷେତ୍ରରେ ନୂତନ ସମ୍ଭାବନା ସୃଷ୍ଟି କରିବା ଉଦ୍ଦେଶ୍ୟରେ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି। ଏହାଦ୍ୱାରା ସମସ୍ତ ଓଡ଼ିଆ […] The post ବିଧାନସଭାରେ ଭାଷା ଆଇନ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ appeared first on Dharitri Odia News.

ବିଧାନସଭାରେ ଭାଷା ଆଇନ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର, ୪।୨(ଅସମାପିକା ସାହୁ): ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସର ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ବିଧାନସଭାରେ ଭାଷା ଆଇନ’ ଶୀର୍ଷକ ପୁସ୍ତକ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାଷାର ଉନ୍ନତି ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। ଓଡ଼ିଆ ଭାଷାର ସୁରକ୍ଷା ଏବଂ ଆଗାମୀ ପିଢ଼ି ପାଇଁ ବୈଷୟିକ ଜ୍ଞାନ କୌଶଳ ପ୍ରୟୋଗରେ ଏ କ୍ଷେତ୍ରରେ ନୂତନ ସମ୍ଭାବନା ସୃଷ୍ଟି କରିବା ଉଦ୍ଦେଶ୍ୟରେ ସରକାରୀ ସ୍ତରରେ ଉଦ୍ୟମ ଜାରି ରହିଛି।

ଏହାଦ୍ୱାରା ସମସ୍ତ ଓଡ଼ିଆ ଭାଷାଭାଷୀ ଅଞ୍ଚଳ ଗୋଟିଏ ସୁତ୍ରରେ ବାନ୍ଧି ହୋଇ ଓଡ଼ିଶାର ବିକାଶରେ ଭାଗିଦାରୀ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ୧୯୪୮ ମସିହାରେ ପ୍ରସ୍ତାବିତ ଭାଷା ଆଇନ ଆଲୋଚନାଠାରୁ ଆରମ୍ଭ କରି ୧୯୫୪ରେ ଭାଷା ଆଇନ ପାରିତ ହେବା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ବିଧାନସଭାରେ ଭାଷା ଆଇନ
୨୦୧୮ର ସଂଶୋଧନ ପର୍ଯ୍ୟନ୍ତ ବିଧାନସଭାରେ ହୋଇଥିବା ସମସ୍ତ ଆଲୋଚନା ଓ ତଥ୍ୟ ଏହି ପୁସ୍ତକରେ ସ୍ଥାନିତ ହୋଇଛି।

The post ବିଧାନସଭାରେ ଭାଷା ଆଇନ ପୁସ୍ତକ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ appeared first on Dharitri Odia News.