ବିପଦ ସଂକେତ ଟପିଲା ଜଳକା ନଦୀ ଜଳସ୍ତର; ଭୟଭୀତ ଲୋକେ...

ମଥାନୀ ଠାରେ ବିପଦ ସଂକେତ ୫.୫୦ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୨୨ ମିଟରରେ ପ୍ରବାହିତ ହେଉଛି । 

ବିପଦ ସଂକେତ ଟପିଲା ଜଳକା ନଦୀ ଜଳସ୍ତର; ଭୟଭୀତ ଲୋକେ...

ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀର ଜଳସ୍ତର । ମଥାନୀ ଠାରେ ବିପଦ ସଂକେତ ୫.୫୦ମିଟର ଥିବା ବେଳେ ସକାଳ ୬ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୨୨ ମିଟରରେ ପ୍ରବାହିତ ହେଉଛି । ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିବା ସହ ଜଳକା ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଂ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି । 

ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ଭୟଭୀତ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ । ଜଳକା ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାର ଶୁଳିଆପଦା,ମୋରଡା,ଚିତ୍ରଡା,ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ କ୍ରମଶଃ ବଢୁଛି ନଦୀର ଜଳସ୍ତର ।

ହୀରାକୁଦ ଡ୍ୟାମରୁ ପାଣି ଛାଡ଼ିବା ପରେ ଫୁଲୁଛି ମହାନଦୀ। କଟକ ମୁଣ୍ଡଳିରେ ବଢୁଛି ଜଳସ୍ତର। ସକାଳ ୬ଟା ସୁଦ୍ଧା ମୁଣ୍ଡଳୀ ଦେଇ ୧ ଲକ୍ଷ ୭୦ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି। ହୀରାକୁଦରୁ ବନ୍ୟାଜଳ ପ୍ରଥମେ ଖଇରାମାଳ ଓ ପରେ ବରମୂଳ ଦେଇ ମୁଣ୍ଡଳିରେ ପହଞ୍ଚିଛି। 

ଗତକାଲି ରାତିରୁ ମୁଣ୍ଡଳିରେ ବନ୍ୟାଜଳ ନିଷ୍କାସିତ ହେବା ଆରମ୍ଭ କରିଛି। ମହାନଦୀର ତଳିଆ ଅଞ୍ଚଳ ଜଳମଗ୍ନ ହେବା ସହ ନଦୀ କୂଳିଆ ଲୋକଙ୍କ ଚିନ୍ତି ବଢ଼ିଛି। ବନ୍ୟା ଆଶଙ୍କା ନଥିଲେ ବି ମହାନଦୀ ଅବବାହିକାର ତଳମୁଣ୍ଡରେ ଥିବା ୭ ଜିଲ୍ଲାକୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର। ମହାନଦୀ ଭିତରକୁ ଲୋକ ପ୍ରବେଶ ନକରିବା ସହ ଗୋରୁଗାଈ ଆଦି ଗୃହପାଳିତ ପଶୁଙ୍କୁ ଛାଡ଼ିବା ଉପରେ ବାରଣ କରାଯାଇଛି।