ବିପୁଳ ପରିମାଣର ଗଞ୍ଜେଇ ଜବତ, ଜଣେ ଗିରଫ
ଭଦ୍ରକ: ଚଢ଼ଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ ସହ ଜଣକୁ ଗିରଫ କରିଛି ଅବକାରୀ ପୋଲିସ।ଶନିବାର, ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀକାନ୍ତ ମୁର୍ମୁ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ୍ ସାବରଙ୍ଗ ଥାନା ଅନ୍ତର୍ଗତ ଅଣ୍ଡରେଇ ଛକ ନିକଟରେ ଚଢ଼ାଉ କରିଥିଲା। ଏହି ଚଢ଼ାଉରୁ ୨୧ କିଲୋଗ୍ରାମରୁ ଅଧିକ ଗଞ୍ଜେଇ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ସାବରଙ୍ଗ ଥାନା ଅନ୍ତର୍ଗତ ଅଣ୍ଡରେଇ ଗ୍ରାମର ଦୀନବନ୍ଧୁ ପାଣିଗ୍ରାହୀଙ୍କୁ ଗିରଫ କରାଯାଇଛି।ଅବକାରୀ ଅଧୀକ୍ଷକ ନରୋତ୍ତମ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ନିରୀକ୍ଷକ ପ୍ରଶାନ୍ତ କୁମାର ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଏହି ଚଢ଼ାଉ କରାଯାଇଥିଲା। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି। ଏନେଇ ଭଦ୍ରକ ଅବକାରୀ ଥାନା ପକ୍ଷରୁ ମାମଲା ରୁଜ୍ଜୁ କରାଯାଇଛି।
ଭଦ୍ରକ: ଚଢ଼ଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ ସହ ଜଣକୁ ଗିରଫ କରିଛି ଅବକାରୀ ପୋଲିସ।ଶନିବାର, ଭଦ୍ରକ ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀକାନ୍ତ ମୁର୍ମୁ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ୍ ସାବରଙ୍ଗ ଥାନା ଅନ୍ତର୍ଗତ ଅଣ୍ଡରେଇ ଛକ ନିକଟରେ ଚଢ଼ାଉ କରିଥିଲା। ଏହି ଚଢ଼ାଉରୁ ୨୧ କିଲୋଗ୍ରାମରୁ ଅଧିକ ଗଞ୍ଜେଇ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ ସାବରଙ୍ଗ ଥାନା ଅନ୍ତର୍ଗତ ଅଣ୍ଡରେଇ ଗ୍ରାମର ଦୀନବନ୍ଧୁ ପାଣିଗ୍ରାହୀଙ୍କୁ ଗିରଫ କରାଯାଇଛି।
ଅବକାରୀ ଅଧୀକ୍ଷକ ନରୋତ୍ତମ ମିଶ୍ରଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ନିରୀକ୍ଷକ ପ୍ରଶାନ୍ତ କୁମାର ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଏହି ଚଢ଼ାଉ କରାଯାଇଥିଲା।
ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି। ଏନେଇ ଭଦ୍ରକ ଅବକାରୀ ଥାନା ପକ୍ଷରୁ ମାମଲା ରୁଜ୍ଜୁ କରାଯାଇଛି।