‘ବିଭାଗୀୟ ପତ୍ରାଳାପରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଲୋଗୋ ବ୍ୟବହାର କର’

ଭୁବନେଶ୍ୱର,୨୨।୧(ଅସମାପିକା ସାହୁ): ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଉନ୍ମୋଚିତ ଲୋଗୋକୁ ବହୁଳ ଭାବେ ବ୍ୟବହାର କରାଯିବ। ସମସ୍ତ ବିଭାଗୀୟ ପତ୍ରାଳାପରେ ଏହାକୁ ପ୍ରମୁଖ ଭାବେ ସ୍ଥାନିତ କରାଯିବ। ଏତଦ୍‌ବ୍ୟତୀତ ସମସ୍ତ ସରକାରୀ ଗାଡ଼ିରେ ଏହି ସମ୍ମିଳନୀ ଲୋଗୋକୁ ବ୍ୟବହାର ସହ ରାଜ୍ୟର ବିଭିନ୍ନ ପ୍ରମୁଖ ସ୍ଥାନ, ବିଦ୍ୟାଳୟ ଓ ମହାବିଦ୍ୟାଳୟ କାନ୍ଥରେ ମଧ୍ୟ ଏହାକୁ ଚିତ୍ରଣ କରାଯିବ। ଏପରିକି ଜିଲାସ୍ତରରେ ମଧ୍ୟ ଏହାର ବ୍ୟବହାରକୁ ପ୍ରୋତ୍ସାହିତ କରାଯିବ। ଏ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର […] The post ‘ବିଭାଗୀୟ ପତ୍ରାଳାପରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଲୋଗୋ ବ୍ୟବହାର କର’ appeared first on Dharitri Odia News.

‘ବିଭାଗୀୟ ପତ୍ରାଳାପରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଲୋଗୋ ବ୍ୟବହାର କର’

ଭୁବନେଶ୍ୱର,୨୨।୧(ଅସମାପିକା ସାହୁ): ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଉନ୍ମୋଚିତ ଲୋଗୋକୁ ବହୁଳ ଭାବେ ବ୍ୟବହାର କରାଯିବ। ସମସ୍ତ ବିଭାଗୀୟ ପତ୍ରାଳାପରେ ଏହାକୁ ପ୍ରମୁଖ ଭାବେ ସ୍ଥାନିତ କରାଯିବ। ଏତଦ୍‌ବ୍ୟତୀତ ସମସ୍ତ ସରକାରୀ ଗାଡ଼ିରେ ଏହି ସମ୍ମିଳନୀ ଲୋଗୋକୁ ବ୍ୟବହାର ସହ ରାଜ୍ୟର ବିଭିନ୍ନ ପ୍ରମୁଖ ସ୍ଥାନ, ବିଦ୍ୟାଳୟ ଓ ମହାବିଦ୍ୟାଳୟ କାନ୍ଥରେ ମଧ୍ୟ ଏହାକୁ ଚିତ୍ରଣ କରାଯିବ। ଏପରିକି ଜିଲାସ୍ତରରେ ମଧ୍ୟ ଏହାର ବ୍ୟବହାରକୁ ପ୍ରୋତ୍ସାହିତ କରାଯିବ। ଏ ନେଇ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସମସ୍ତ ବିଭାଗୀୟ ମୁଖ୍ୟମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ, ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଫେବୃଆରୀ ୩ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ନିକଟରେ ଏହାର ଲୋଗୋ ଉନ୍ମୋଚିତ ହୋଇଥିଲା। ଲୋଗୋର ଟ୍ୟାଗ୍‌ଲାଇନ୍‌ ରହିଛି ‘ଭାଷା ହିଁ ଭବିଷ୍ୟତ’। ଏକ ସ୍ବତନ୍ତ୍ର ଐତିହ୍ୟର ଶକ୍ତିଶାଳୀ ବାହକ ଭାବରେ ଭବିଷ୍ୟତ ତଥା ଯୁବପିଢ଼ିଙ୍କ ପାଖରେ ଓଡ଼ିଆ ଭାଷା କିଭଳି ଆହୁରି ଆଦୃତି ଲାଭ କରିବ ଏବଂ ଆଧୁନିକ ଜ୍ଞାନକୌଶଳକୁ ପ୍ରୟୋଗ କରି ଆମ ଭାଷା କିପରି ଆଗକୁ ବଢ଼ିପାରିବ ଏହି ସମ୍ମିଳନୀ କାର୍ଯ୍ୟପନ୍ଥା ନିର୍ଣ୍ଣୟ କରିବ। ଏ ସମ୍ପର୍କରେ ଭାଷାବିତ ଓ ବୁଦ୍ଧିଜୀବୀମାନେ ସମ୍ମିଳନୀର ବିଭିନ୍ନ ସୋପାନରେ ବିଚାର ବିମର୍ଶ କରିବେ। ବୁଦ୍ଧିଜୀବୀ, ଗବେଷକ, ବିଦ୍ୱାନ, ଛାତ୍ରୀଛାତ୍ର ଏବଂ ଭାଷାକୁ ନେଇ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷତା ଲାଭ କରିଥିବା ବ୍ୟକ୍ତିବିଶେଷଙ୍କ ମଧ୍ୟରେ ସମନ୍ବୟ ରକ୍ଷା କରିବାରେ ଏହି ସମ୍ମିଳନୀ ଏକ ବଳିଷ୍ଠ ମାଧ୍ୟମ ହେବ ବୋଲି ଆଶା କରାଯାଉଛି।

The post ‘ବିଭାଗୀୟ ପତ୍ରାଳାପରେ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଲୋଗୋ ବ୍ୟବହାର କର’ appeared first on Dharitri Odia News.