ବିଭାଗୀୟ ସଚିବଙ୍କ ସହ ମୁଖ୍ୟ ଶାସନ ସଚିବଙ୍କ ବୈଠକ
ଭୁବନେଶ୍ୱର : ନୂତନ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବିଭାଗୀୟ ସଚିବମାନଙ୍କ ସହିତ ବୈଠକ କରିଛନ୍ତି। ସୋମବାର ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ବାଗତ ଅଭିଭାଷଣ ପ୍ରଦାନ କରି ନୂତନ ମୁଖ୍ୟ ଶାସନ ସଚିବଙ୍କ ଦୀର୍ଘ ପ୍ରଶାସନିକ ଅଭିଜ୍ଞତା ସଂପର୍କରେ ଆଲୋକପାତ କରିଥିଲେ । ବୈଠକରେ ଆଗାମୀ ବଜେଟ ଉପସ୍ଥାପନ, ପୁରୀ ରଥଯାତ୍ରାର ସୁପରିଚାଳନା, ମାନ୍ୟବର […]

ଭୁବନେଶ୍ୱର : ନୂତନ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ବିଭାଗୀୟ ସଚିବମାନଙ୍କ ସହିତ ବୈଠକ କରିଛନ୍ତି। ସୋମବାର ଲୋକସେବା ଭବନରେ ପ୍ରାରମ୍ଭିକ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସ୍ବାଗତ ଅଭିଭାଷଣ ପ୍ରଦାନ କରି ନୂତନ ମୁଖ୍ୟ ଶାସନ ସଚିବଙ୍କ ଦୀର୍ଘ ପ୍ରଶାସନିକ ଅଭିଜ୍ଞତା ସଂପର୍କରେ ଆଲୋକପାତ କରିଥିଲେ ।
ବୈଠକରେ ଆଗାମୀ ବଜେଟ ଉପସ୍ଥାପନ, ପୁରୀ ରଥଯାତ୍ରାର ସୁପରିଚାଳନା, ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ଉପଲକ୍ଷେ ଆନୁଷଙ୍ଗିକ ବ୍ୟବସ୍ଥା ସଂପର୍କରେ ଆଲୋଚନା କରାଯାଇଥିଲା। ବିଭିନ୍ନ ବିଭାଗର କାର୍ଯ୍ୟରେ ଯୋଜନା ଓ କାର୍ଯ୍ୟକ୍ରମର କାର୍ଯ୍ୟକାରିତାରେ ଛୋଟ ଛୋଟ ସମସ୍ୟା ରହୁଥିଲେ କାର୍ଯ୍ୟକୁ ବିଳମ୍ବିତ ନ କରି ଶୀଘ୍ର ଶେଷ କରାଯିବା, କାର୍ଯ୍ୟରେ ସୃଜନଶୀଳତା, ସ୍ବଚ୍ଛତା ଓ ସୁପ୍ରଶାସନ ଦିଗରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି।
ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଥିଲେ, ଓଡ଼ିଶା ପ୍ରଶାସନିକ ବ୍ୟବସ୍ଥାର ସୁନାମ ରହିଛି । ନବ ଗଠିତ ସରକାରଙ୍କ ନିର୍ବାଚନ ଇସ୍ତାହାରକୁ ଆଖି ଆଗରେ ରଖି ବିଭିନ୍ନ ଯୋଜନା ଗୁଡିକର କାର୍ଯ୍ୟକାରିତା ପାଇଁ ଯେପରି ଫଳପ୍ରଦ ପ୍ରୟାସ ରହିବ, ସେ ସଂପର୍କରେ ସେ ବହୁ ଗଠନମୂଳକ ପରାମର୍ଶ ଦେଇଥିଲେ ।