ବିଭିନ୍ନ କ୍ଷେତ୍ରରେ ସହଯୋଗ ପାଇଁ ଓଡ଼ିଶା ଓ ସିଙ୍ଗାପୁର ମଧ୍ୟରେ ୮ଟି ଚୁକ୍ତି
ଭୁବନେଶ୍ବର : ୮ ଟି କ୍ଷେତ୍ରରେ ସହଯୋଗକୁ ମଜଭୁତ ପାଇଁ ଓଡ଼ିଶା ଏବଂ ସିଙ୍ଗାପୁରର ବିଭିନ୍ନ ସଂସ୍ଥା ମଧ୍ୟରେ ଚୁକ୍ତି... The post ବିଭିନ୍ନ କ୍ଷେତ୍ରରେ ସହଯୋଗ ପାଇଁ ଓଡ଼ିଶା ଓ ସିଙ୍ଗାପୁର ମଧ୍ୟରେ ୮ଟି ଚୁକ୍ତି appeared first on .
ଭୁବନେଶ୍ବର : ୮ ଟି କ୍ଷେତ୍ରରେ ସହଯୋଗକୁ ମଜଭୁତ ପାଇଁ ଓଡ଼ିଶା ଏବଂ ସିଙ୍ଗାପୁରର ବିଭିନ୍ନ ସଂସ୍ଥା ମଧ୍ୟରେ ଚୁକ୍ତି ସ୍ଵାକ୍ଷରିତ ହୋଇଛି। ଭୁବନେଶ୍ଵରରେ ଥିବା ବିଶ୍ଵ ଦକ୍ଷତା କେନ୍ଦ୍ର ପରିସରରେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନମୁଗରତ୍ନମ୍ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ ଉପସ୍ଥିତିରେ ୮ଟି MOU ସାକ୍ଷରିତ ହୋଇଛି। ଏଥିରେ ରହିଛି ଭବିଷ୍ୟତ ପାଇଁ ଦକ୍ଷତା ବିକାଶ। ଓଡ଼ିଶାରେ ଏହି କ୍ଷେତ୍ରରେ ବ୍ୟାପକତା ଲାଗି ରାଜ୍ୟ ଦକ୍ଷତା ବିକାଶ ଓ ବୈଷୟିକ ଜ୍ଞାନ କୌଶଳ ଶିକ୍ଷା ବିଭାଗ ଓ ସିଙ୍ଗାପୁରର ଆଇଟିଇ ଏଜୁକେସନ ସର୍ଭିସେସ ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ସେହିପରି ଅକ୍ଷୟ ଶକ୍ତି ଜ୍ଞାନ କୌଶଳ ସଂପର୍କରେ ଗବେଷଣା ପାଇଁ ରାଜ୍ୟ ଶକ୍ତି ବିଭାଗ, IIT ଭୁବନେଶ୍ୱର ଓ ସିଙ୍ଗାପୁରର ନାନ୍ୟାଙ୍ଗ ଟେକ୍ନୋଲଜିକାଲ ୟୁନଭରସିଟି ମଧ୍ୟରେ ତ୍ରିପାକ୍ଷିକ MOU ସ୍ବାକ୍ଷରିତ ହୋଇଛି। ରାଜ୍ୟରେ ଇଣ୍ଡଷ୍ଟ୍ରିଆଲ ପାର୍କ ସ୍ଥାପନ ପାଇଁ ଇଡକୋ ସହ ସିଙ୍ଗାପୁରର ସେମ୍ବକର୍ପ ମଧ୍ୟରେ ହୋଇଛି ଏମଓୟୁ। ସେହିପରି ଭୁବନେଶ୍ଵରରେ ନୂତନ ସହର ବିକାଶ ଲାଗି ବିଡିଏ ସହ ସିଙ୍ଗାପୁରର ସୁରବନ ଜୁରଙ୍ଗ ସହ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। ସେମିକଣ୍ଡକ୍ଟର କ୍ଷେତ୍ରରେ ଦକ୍ଷତା ବିକାଶ ଲାଗି ମଧ୍ୟ ଦୁଇ ପକ୍ଷ ପରସ୍ପରକୁ ସହଯୋଗ କରିବେ। ଏଥିପାଇଁ ରାଜ୍ୟ ଦକ୍ଷତା ବିକାଶ ବିଭାଗ ଓ ସିଙ୍ଗାପୁରର ଆଇଟିଇ ଏଜୁକେସନ ସର୍ଭିସେସ ମଧ୍ୟରେ MOU ହୋଇଛି। ଗ୍ରୀନ ହାଇଡ୍ରୋଜେନ୍ କରିଡ଼ର ସ୍ଥାପନ ଲାଗି ମଧ୍ୟ ଇପିକଲ ଓ ସିଙ୍ଗାପୁରର ସେମ୍ୱକର୍ପ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି। ଏହା ସହିତ ପାରାଦୀପରେ ପେଟ୍ରୋଲିୟମ, କେମିକାଲ ଓ ପେଟ୍ରୋ କେମିକାଲ ନିବେଶ ଲାଗି ଇଡକୋ ସହ ସିଙ୍ଗାପୁରର ସୁରବନ ଜୁରଙ୍ଗ ମଧ୍ୟରେ MOU ହୋଇଛି। ଏହା ସହିତ ଓଡ଼ିଶାରେ ଆର୍ଥିକ ଓ ପ୍ରଯୁକ୍ତିଗତ ପରିଚାଳନାର ସୁଦୃଢ଼ୀକରଣ ପାଇଁ ରାଜ୍ୟ ବିଜ୍ଞାନ ତଥା ସୂଚନା ଓ ପ୍ରଯୁକ୍ତି ବିଭାଗ ସହ ସିଙ୍ଗାପୁରର GFTN ସହିତ MOU ହୋଇଛି। ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି, ରାଜ୍ଯରେ ଗଢ଼ି ଉଠିବ ଏକାଧିକ ସହର। ସିଙ୍ଗାପୁରଠାରୁ ନିଆଯିବ ବୈଷୟିକ ସହାୟତା । ସହର ବଢିବା ଯୋଗୁଁ ବହୁ ନୂଆ NAC ଗଠନ ଓ ଅନେକ NAC ମ୍ୟୁନିସପାଲିଟିରେ ରୂପାନ୍ତରିତ ହେବ। ଖୁବ ଶୀଘ୍ର ରାଜ୍ୟ ସରକାର ଏ ଦିଗରେ ନିଷ୍ପତ୍ତି ନେବେ।
The post ବିଭିନ୍ନ କ୍ଷେତ୍ରରେ ସହଯୋଗ ପାଇଁ ଓଡ଼ିଶା ଓ ସିଙ୍ଗାପୁର ମଧ୍ୟରେ ୮ଟି ଚୁକ୍ତି appeared first on .