ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ରୁ ଉର୍ଦ୍ଧ ମୃତ; ୪ ଲକ୍ଷ ଟଙ୍କା ସହାୟତା ଘୋଷଣା, ଆହତଙ୍କୁ ମାଗଣା ଚିକିତ୍ସା

ଭୁବନେଶ୍ୱର,୨୧।୮: ଆଜି ରାଜ୍ୟର ୪ଟି ଜିଲାରେ ବଜ୍ରପାତ ଯୋଗୁଁ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରାପ୍ତ ସୂଚନା ଅନୁଯାୟୀ ବାଲେଶ୍ଵର ଓ ଭଦ୍ରକ ଜିଲାରେ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଢେଙ୍କାନାଳ ଓ କେନ୍ଦ୍ରାପଡା ଜିଲ୍ଲା ରେ ଜଣେ ଲେଖାଏଁ […] The post ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ରୁ ଉର୍ଦ୍ଧ ମୃତ; ୪ ଲକ୍ଷ ଟଙ୍କା ସହାୟତା ଘୋଷଣା, ଆହତଙ୍କୁ ମାଗଣା ଚିକିତ୍ସା appeared first on Dharitri Odia News.

ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ରୁ ଉର୍ଦ୍ଧ ମୃତ; ୪ ଲକ୍ଷ ଟଙ୍କା ସହାୟତା ଘୋଷଣା, ଆହତଙ୍କୁ ମାଗଣା ଚିକିତ୍ସା

ଭୁବନେଶ୍ୱର,୨୧।୮: ଆଜି ରାଜ୍ୟର ୪ଟି ଜିଲାରେ ବଜ୍ରପାତ ଯୋଗୁଁ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ବର୍ତ୍ତମାନ ସୁଦ୍ଧା ପ୍ରାପ୍ତ ସୂଚନା ଅନୁଯାୟୀ ବାଲେଶ୍ଵର ଓ ଭଦ୍ରକ ଜିଲାରେ ୨ ଜଣ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଢେଙ୍କାନାଳ ଓ କେନ୍ଦ୍ରାପଡା ଜିଲ୍ଲା ରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।

ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏଥିସହିତ ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି।

The post ବିଭିନ୍ନ ସ୍ଥାନରେ ବଜ୍ରପାତରେ ୬ରୁ ଉର୍ଦ୍ଧ ମୃତ; ୪ ଲକ୍ଷ ଟଙ୍କା ସହାୟତା ଘୋଷଣା, ଆହତଙ୍କୁ ମାଗଣା ଚିକିତ୍ସା appeared first on Dharitri Odia News.