ବିମାନ ବନ୍ଦରରୁ ଝାଡଖଣ୍ଡ ଅଭିମୁଖେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦।୯: ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ବାହାରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରବିବାର ଭୁବନେଶ୍ବର ବିମାନ ବନ୍ଦରରୁ ସ୍ବତନ୍ତ୍ର ବିମାନରେ ସେ ବାହାରିଛନ୍ତି। ଆଜି ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ମୁଖ୍ୟମନ୍ତ୍ରୀ। କାଲି ଚାଇଁବାସାର କୋଲହାନ ସଭାରେ ଯୋଗ ଦେବେ। ଆଗକୁ ଝାଡଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ରାଞ୍ଚି ଅଭିମୁଖେ ଯିବେ। ରାଞ୍ଚିରୁ ହେଲିକପ୍ଟର ଯୋଗେ ପଶ୍ଚିମ ସିଂହଭୂମରେ ପହଞ୍ଚିବେ। ଅପରାହ୍ନ ୧ଟାରେ ମୁଖ୍ୟମନ୍ତ୍ରୀ […] The post ବିମାନ ବନ୍ଦରରୁ ଝାଡଖଣ୍ଡ ଅଭିମୁଖେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୩୦।୯: ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ବାହାରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରବିବାର ଭୁବନେଶ୍ବର ବିମାନ ବନ୍ଦରରୁ ସ୍ବତନ୍ତ୍ର ବିମାନରେ ସେ ବାହାରିଛନ୍ତି। ଆଜି ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଯିବେ ମୁଖ୍ୟମନ୍ତ୍ରୀ। କାଲି ଚାଇଁବାସାର କୋଲହାନ ସଭାରେ ଯୋଗ ଦେବେ।
ଆଗକୁ ଝାଡଖଣ୍ଡ ନିର୍ବାଚନ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସେ ଭୁବନେଶ୍ୱର ବିମାନବନ୍ଦରରୁ ବାହାରି ରାଞ୍ଚି ଅଭିମୁଖେ ଯିବେ। ରାଞ୍ଚିରୁ ହେଲିକପ୍ଟର ଯୋଗେ ପଶ୍ଚିମ ସିଂହଭୂମରେ ପହଞ୍ଚିବେ।
ଅପରାହ୍ନ ୧ଟାରେ ମୁଖ୍ୟମନ୍ତ୍ରୀ ଜମାଣି ମୈଦାନରେ ଭାଜପାର ପରିବର୍ତ୍ତନ ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏପରିକି ଅପରାହ୍ନ ୩ଟାରେ ମାଝଗାଓଁ ସ୍କୁଲ ପଡ଼ିଆରେ ସଭାକୁ ସମ୍ବୋଧିତ କରିବେ। ଅପରାହ୍ନ ୫ଟାରେ ଚାଇଁବାସା ସର୍କିଟ ହାଉସରେ ପହଞ୍ଚି ରାତ୍ରୀ ଯାପନ କରିବାର କାର୍ଯ୍ୟକ୍ରମ ରହିଛି। ପୁଣି ୧ ତାରିଖରେ ଚାଇବାସାରେ ଜନସଭାକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । ପରେ ଅପରାହ୍ନ ୪ଟା ୧୦ରେ ରାଞ୍ଚିରୁ ଭୁବନେଶ୍ୱର ଫେରି ଆସିବାର କାର୍ଯ୍ୟକ୍ରମର ରହିଛି।
The post ବିମାନ ବନ୍ଦରରୁ ଝାଡଖଣ୍ଡ ଅଭିମୁଖେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.