ବିରୋଧୀ ଦଳ ନେତାଙ୍କୁ ଭେଟିଲେ ପୁରୀ ଛତିଶା ନିଯୋଗ ସେବାୟତ, ରଥ ଯାତ୍ରା ପାଇଁ କଲେ ଆମନ୍ତ୍ରଣ

ଭୁବନେଶ୍ୱର : ପୁରୀ ଛତିଶା ନିଯୋଗ ସେବାୟତମାନଙ୍କର ଏକ ପ୍ରିତିନିଧି ଦଳ ଆଜି ସନ୍ଧ୍ୟାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ତାଙ୍କ ବାସଭବନ ନବୀନ ନିବାସରେ ଭେଟିଥିଲେ । ଏହି ସାକ୍ଷାତ ସମୟରେ ସେମାନେ ଶ୍ରୀମନ୍ଦିରର ତଥା ପୁରୀ ସହରର ବିକାଶ ପାଇଁ ନବୀନ ପଟ୍ଟନାୟକ ସରକାର ସମୟରେ ହୋଇଥିବା ବିଭିନ୍ନ କାର୍ଯ୍ୟ ପାଇଁ ତାଙ୍କୁ ଧନ୍ୟବାଦ ଜଣାଇଥିଲେ । ‘ପୁରୀ ପାଇଁ ଆପଣ ବହୁତ କିଛି କରିଛନ୍ତି । ରଥଯାତ୍ରାକୁ ନିଶ୍ଚୟ ଆସିବେ’ ବୋଲି […] The post ବିରୋଧୀ ଦଳ ନେତାଙ୍କୁ ଭେଟିଲେ ପୁରୀ ଛତିଶା ନିଯୋଗ ସେବାୟତ, ରଥ ଯାତ୍ରା ପାଇଁ କଲେ ଆମନ୍ତ୍ରଣ appeared first on KNews Odisha.

ବିରୋଧୀ ଦଳ ନେତାଙ୍କୁ ଭେଟିଲେ ପୁରୀ ଛତିଶା ନିଯୋଗ ସେବାୟତ, ରଥ ଯାତ୍ରା ପାଇଁ କଲେ ଆମନ୍ତ୍ରଣ
naveen

ଭୁବନେଶ୍ୱର : ପୁରୀ ଛତିଶା ନିଯୋଗ ସେବାୟତମାନଙ୍କର ଏକ ପ୍ରିତିନିଧି ଦଳ ଆଜି ସନ୍ଧ୍ୟାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ତାଙ୍କ ବାସଭବନ ନବୀନ ନିବାସରେ ଭେଟିଥିଲେ । ଏହି ସାକ୍ଷାତ ସମୟରେ ସେମାନେ ଶ୍ରୀମନ୍ଦିରର ତଥା ପୁରୀ ସହରର ବିକାଶ ପାଇଁ ନବୀନ ପଟ୍ଟନାୟକ ସରକାର ସମୟରେ ହୋଇଥିବା ବିଭିନ୍ନ କାର୍ଯ୍ୟ ପାଇଁ ତାଙ୍କୁ ଧନ୍ୟବାଦ ଜଣାଇଥିଲେ । ‘ପୁରୀ ପାଇଁ ଆପଣ ବହୁତ କିଛି କରିଛନ୍ତି । ରଥଯାତ୍ରାକୁ ନିଶ୍ଚୟ ଆସିବେ’ ବୋଲି ସେବାୟତମାନେ ଶ୍ରୀ ପଟ୍ଟନାୟକଙ୍କୁ ଆମନ୍ତ୍ରଣ କରିଥିଲେ ।

ଜୁନ ୨୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଶୃଙ୍ଖଳିତ ଭାବରେ ପାଳନ କରିବା ପାଇଁ ଶ୍ରୀ ପଟ୍ଟନାୟକ ସେବାୟତମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ସାକ୍ଷାତ ସମୟରେ ସାଂସଦ ଶୁଭାଶୀଷ ଖୁଣ୍ଟିଆ ଉପସ୍ଥିତ ଥିଲେ । ଅନମାନଙ୍କ ମଧ୍ୟରେ ସାଇନା ଖୁଣ୍ଟିଆ, ଗୌରହରି ପ୍ରଧାନ, ଲୋକନାଥ ମହାସୁଆର, ରବିଶଙ୍କର ପଢିଆରୀ, କାଶୀନାଥ ମହାସୁଆର, ଦାମୋଦର ପ୍ରତିହାରୀ, ହରିଆ ସୁଆର, ଅସିତ୍‌ ମେକାପ, କୃଷ୍ଣଚନ୍ଦ୍ର ଗୋଚ୍ଛିକାର ଓ ଜମେଶ୍ୱର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

The post ବିରୋଧୀ ଦଳ ନେତାଙ୍କୁ ଭେଟିଲେ ପୁରୀ ଛତିଶା ନିଯୋଗ ସେବାୟତ, ରଥ ଯାତ୍ରା ପାଇଁ କଲେ ଆମନ୍ତ୍ରଣ appeared first on KNews Odisha.