ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ
ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର କରିଛନ୍ତି। ପୂର୍ବାହ୍ନ ୧୧ ଟା ୪୦ ରେ ମୁଖ୍ୟମନ୍ତ୍ରୀ ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ହେଲିକପ୍ଟର ଯୋଗେ ଆସି ପହଞ୍ଚିଥିଲେ। ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଯୋଗଦେଇ ବିକାଶ ପାଇଁ ବିଜେଡିକୁ ଭୋଟ୍ ଦେବାକୁ ନିବେଦନ କରିଥିଲେ। ସେହିପରି ବିରୋଧୀ ଦଳ ସବୁବେଳେ ମିଛ କହୁଛନ୍ତି, ସେମାନେ କୁମ୍ଭୀର […] The post ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନିର୍ବାଚନୀ ପ୍ରଚାର କରିଛନ୍ତି। ପୂର୍ବାହ୍ନ ୧୧ ଟା ୪୦ ରେ ମୁଖ୍ୟମନ୍ତ୍ରୀ ଭବାନୀପାଟଣା ଶ୍ରୀକୃଷ୍ଣ ନଗରଠାରେ ହେଲିକପ୍ଟର ଯୋଗେ ଆସି ପହଞ୍ଚିଥିଲେ। ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ ଯୋଗଦେଇ ବିକାଶ ପାଇଁ ବିଜେଡିକୁ ଭୋଟ୍ ଦେବାକୁ ନିବେଦନ କରିଥିଲେ। ସେହିପରି
ବିରୋଧୀ ଦଳ ସବୁବେଳେ ମିଛ କହୁଛନ୍ତି, ସେମାନେ କୁମ୍ଭୀର କାନ୍ଧଣା କାନ୍ଦୁଛନ୍ତି ବୋଲି କହିଥିଲେ। ବିଏସ୍କେ୍ଓ୍ବାଇ କାର୍ଡ, ମିଶନ ଶକ୍ତି, ଲକ୍ଷ୍ମୀ ବସ୍ ଯୋଜନା, କାଳିଆ ଯୋଜନା, ମଧୁବାବୁ ପେନ୍ସନ୍ ଯୋଜନା, ଛାତ୍ରୀଛାତ୍ରଙ୍କୁ ସ୍କଲାରଶିପ୍ ଆଦି ଭଲ କି ବୋଲି ମୁଖ୍ୟମନ୍ତ୍ରୀ କଳାହାଣ୍ଡିବାସୀଙ୍କୁ ପଚାରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଏହି ସଭାରେ ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନଙ୍କ ସହ ଦଳୀୟ ଲୋକ ସଭା ପ୍ରାର୍ଥୀ ଲମ୍ବୋଦର ନିଆଲ, ଜୁନାଗଡ଼ ବିଧାୟକ ପ୍ରାର୍ଥୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର, ଧର୍ମଗଡ଼ ପୁଷ୍ପେନ୍ଦ୍ର ସିଂଦେଓ, ଲାଞ୍ଜିଗଡ଼ ପ୍ରଦୀପ ଦିଶାରୀ, ନର୍ଲା ମନୋରମା ମହାନ୍ତି,ଭବାନୀପାଟଣା ଲଳିତା ନାଏକ ପ୍ରମୁଖ ଉପସ୍ଥିତ ଥିଲେ।
The post ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ appeared first on Dharitri Odia News.