ବିଲରେ ପଡ଼ିଛି ପାଚିଲା ଧାନ, ୨୧ରେ ଛେଚିବ ବର୍ଷା, ଏସବୁ ଜିଲାକୁ ରହିଛି…

ଭୁବନେଶ୍ୱର,୧୮ା୧୨: ଏବେ ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ ଆଖିରୁ ନିଦ ହଜିଗଲାଣି। ଆସନ୍ତା ୨୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଦକ୍ଷିଣ ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ଆଗାମୀ ୫ ଦିନ ପାଗ ପ୍ରାୟତଃ ଶୁଖିଲା ରହିବ। କିଛି […] The post ବିଲରେ ପଡ଼ିଛି ପାଚିଲା ଧାନ, ୨୧ରେ ଛେଚିବ ବର୍ଷା, ଏସବୁ ଜିଲାକୁ ରହିଛି… appeared first on Dharitri Odia News.

ବିଲରେ ପଡ଼ିଛି ପାଚିଲା ଧାନ, ୨୧ରେ ଛେଚିବ ବର୍ଷା, ଏସବୁ ଜିଲାକୁ ରହିଛି…

ଭୁବନେଶ୍ୱର,୧୮ା୧୨: ଏବେ ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ ଆଖିରୁ ନିଦ ହଜିଗଲାଣି। ଆସନ୍ତା ୨୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଦକ୍ଷିଣ ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ଆଗାମୀ ୫ ଦିନ ପାଗ ପ୍ରାୟତଃ ଶୁଖିଲା ରହିବ। କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ୧୯ ତାରିଖରେ ପାଗ ମେଘୁଆ ରହିବ ବୋଲି ଏନେଇ ଆକଳନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ।

ପୁରୀ, କେନ୍ଦ୍ରାପଡ଼ା, ଗଜପତି, ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଗୋଟିଏ ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ପାଣିପାଗ ବିଭାଗ ଆକଳନ କରିଛି। ୨୧ ତାରିଖରେ ହାଲୁକାରୁ ଅତ୍ୟନ୍ତ ହାଲୁକା ବର୍ଷା ହେବାର ଅଛି। ପାଗ ମେଘୁଆ ଥିବାରୁ ଗୋଟେ ଦୁଇଟି ସ୍ଥାନରେ କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

The post ବିଲରେ ପଡ଼ିଛି ପାଚିଲା ଧାନ, ୨୧ରେ ଛେଚିବ ବର୍ଷା, ଏସବୁ ଜିଲାକୁ ରହିଛି… appeared first on Dharitri Odia News.