ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୨(ଅସମାପିକା ସାହୁ): ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକବ୍ୟକ୍ତ କରି ଟୁଇଟ୍ କରି ଲେଖିଛନ୍ତି, ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ସାଧୁ ମେହେରଙ୍କ ଦେହାନ୍ତ ବିଷୟରେ ଜାଣି ସେ ଦୁଃଖିତ। ନିଖୁଣ ଅଭିନୟ ଦ୍ୱାରା ସେ ଉଭୟ ଓଡ଼ିଆ ଓ ହିନ୍ଦୀ ଚଳଚ୍ଚିତ୍ରରେ ନିଜର ସ୍ବତନ୍ତ୍ର ଛାପ ଛାଡ଼ିଯାଇଛନ୍ତି। ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ […] The post ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୨।୨(ଅସମାପିକା ସାହୁ): ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଓ ନିର୍ଦ୍ଦେଶକ ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।
ମୁଖ୍ୟମନ୍ତ୍ରୀ ଶୋକବ୍ୟକ୍ତ କରି ଟୁଇଟ୍ କରି ଲେଖିଛନ୍ତି, ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ତଥା ନିର୍ଦ୍ଦେଶକ ସାଧୁ ମେହେରଙ୍କ ଦେହାନ୍ତ ବିଷୟରେ ଜାଣି ସେ ଦୁଃଖିତ। ନିଖୁଣ ଅଭିନୟ ଦ୍ୱାରା ସେ ଉଭୟ ଓଡ଼ିଆ ଓ ହିନ୍ଦୀ ଚଳଚ୍ଚିତ୍ରରେ ନିଜର ସ୍ବତନ୍ତ୍ର ଛାପ ଛାଡ଼ିଯାଇଛନ୍ତି। ସେ ହେଉଛନ୍ତି ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ସମ୍ମାନିତ ହୋଇଥିବା ପ୍ରଥମ ଓଡ଼ିଆ ଅଭିନେତା। ତାଙ୍କ ବିୟୋଗ କଳା ଜଗତ ପାଇଁ ଅପୂରଣୀୟ କ୍ଷତି। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି।
The post ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ପଦ୍ମଶ୍ରୀ ସାଧୁ ମେହେରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.