ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଦେହାନ୍ତ

କଟକ : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଦେହାନ୍ତ ହୋଇଛି। କଟକ ଏସସିବିରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଗୁରୁତର ଅସୁସ୍ଥ ହୋଇ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ ଗତ ୨୪ ତାରିଖରେ ଏସସିବି ନ୍ୟୁରୋ ସର୍ଜରୀ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଏସସିବିରେ ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସାର ଅନୁଧ୍ୟାନ କରୁଥିଲେ। ସେଠାରେ ଚିକିତ୍ସିତ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇଛି। ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ ଓଡ଼ିଶା ରାଜ୍ୟ ସ୍ୱାଧୀନତା […]

ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଦେହାନ୍ତ
Prominent freedom fighter Nilamani Samal passed away

କଟକ : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଦେହାନ୍ତ ହୋଇଛି। କଟକ ଏସସିବିରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ଗୁରୁତର ଅସୁସ୍ଥ ହୋଇ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ ଗତ ୨୪ ତାରିଖରେ ଏସସିବି ନ୍ୟୁରୋ ସର୍ଜରୀ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଏସସିବିରେ ୪ ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସାର ଅନୁଧ୍ୟାନ କରୁଥିଲେ। ସେଠାରେ ଚିକିତ୍ସିତ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇଛି।

ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ ଓଡ଼ିଶା ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ଥିଲେ। ୧୦୧ ବର୍ଷିୟ ନୀଳମଣି ସାମଲ ବୟସାଧିକ୍ୟ କାରଣରୁ ଗୁରୁତର ଅସୁସ୍ଥ ହୋଇଥିଲେ। ଖବରପାଇ ଯାଜପୁର ଜିଲ୍ଲାପାଳ ଗତ ୨୪ ତାରିଖରେ ଉପଯୁକ୍ତ ଚିକିତ୍ସା ଯୋଗାଇଦେବାକୁ ବ୍ୟବସ୍ଥା କରିଥିଲେ। ଜିଲ୍ଲାପାଳଙ୍କ ପରାମର୍ଶରେ ୧୦୮ ଆମ୍ବୁଲାନ୍ସ ଯୋଗେ ଶ୍ରୀ ସାମଲଙ୍କୁ ତାଙ୍କ ବାସଭବନରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରେ କଟକ ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ ମଧ୍ୟ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲଙ୍କ ଅସୁସ୍ଥତା ଖବର ଜାଣି ତ୍ୱରୀତ ହସ୍ତକ୍ଷେପ ନେବା ସହ ସମସ୍ତ ପ୍ରକାର ଚିକିତ୍ସା ସେବା ଯୋଗାଇଦିଆଯିବାକୁ ପଦକ୍ଷେପ ନେଇଥିଲେ।