ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆଜି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଭାଇ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ମନ୍ଦିରକୁ ଯାତ୍ରା କରିବେ ମହାପ୍ରଭୁ ଜଗନ୍ନାଥ। ଏଥିପାଇଁ ନା କେବଳ ଓଡ଼ିଶା ସାର ବିଶ୍ବରେ ଜଗା ଭକ୍ତଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ । ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି । ସୋସିଆଲ ମିଡିଆରେ ପୋଷ୍ଟ କରି ରାଷ୍ଟ୍ରପତି କହିଛନ୍ତି, ପବିତ୍ର […] The post ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ appeared first on Odisha.News.

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆଜି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଭାଇ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଗୁଣ୍ଡିଚା ମନ୍ଦିରକୁ ଯାତ୍ରା କରିବେ ମହାପ୍ରଭୁ ଜଗନ୍ନାଥ। ଏଥିପାଇଁ ନା କେବଳ ଓଡ଼ିଶା ସାର ବିଶ୍ବରେ ଜଗା ଭକ୍ତଙ୍କ ମଧ୍ୟରେ ନାହିଁ ନଥିବା ଉତ୍ସାହ । ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ।

ସୋସିଆଲ ମିଡିଆରେ ପୋଷ୍ଟ କରି ରାଷ୍ଟ୍ରପତି କହିଛନ୍ତି, ପବିତ୍ର ରଥଯାତ୍ରା ଉପଲକ୍ଷେ ମୁଁ ଦେଶ-ବିଦେଶରେ ରହୁଥିବା ମହାପ୍ରଭୁ ଜଗନ୍ନାଥଙ୍କ ଭକ୍ତଗଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ରଥ ଉପରେ ବିଜେ ବଡ଼ଠାକୁର ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ଦର୍ଶନ କରି ଲକ୍ଷ ଲକ୍ଷ ଭକ୍ତ ଦିବ୍ୟ ଅନୁଭୂତି ଲାଭ କରିଥାନ୍ତି । ଶ୍ରୀଜୀଉମାନଙ୍କ ମାନବୀୟ ଲୀଳା ହିଁ ରଥଯାତ୍ରାର ବିଶେଷତ୍ୱ । ସାରା ପୃଥିବୀରେ ଶାନ୍ତି, ମୈତ୍ରୀ ଓ ସଂପ୍ରୀତି ଅବ୍ୟାହତ ରହୁ, ଏହି ପୁଣ୍ୟ ଅବସରରେ ଏହା ମୋର ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୋଷ୍ଟ କରି ପବିତ୍ର ରଥଯାତ୍ରା ଉପଲକ୍ଷେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି।

The post ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ appeared first on Odisha.News.