ବିଶ୍ବଭୂଷଣ ଗୁରୁତର: ହାଇଦ୍ରାବାଦକୁ ଏୟାରଲିଫ୍ଟ

ଭୁବନେଶ୍ବର : ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ତଥା ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ବରରୁ ହାଇଦ୍ରାବାଦକୁ ଏୟାରଲିଫ୍ଟ କରାଯାଇଥିବା ସୂଚନା ମିଳିଛି। ଗତକାଲି ରାତିରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯିବାରୁ ଶ୍ରୀ ହରିଚନ୍ଦନଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସଂପୃକ୍ତ ଘରୋଇ ହସ୍ପିଟାଲର ଡାକ୍ତରଙ୍କ ପରାମର୍ଶକ୍ରମେ ଉନ୍ନତ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦକୁ ଏୟାରଲିଫ୍ଟ କରାଯାଇଛି। କିଛିଦିନ ତଳେ ଅନୁରୂପ ଭାବେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯିବାରୁ ତାଙ୍କୁ ଉକ୍ତ ଘରୋଇ […]

ବିଶ୍ବଭୂଷଣ ଗୁରୁତର: ହାଇଦ୍ରାବାଦକୁ ଏୟାରଲିଫ୍ଟ

ଭୁବନେଶ୍ବର : ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ତଥା ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ବରରୁ ହାଇଦ୍ରାବାଦକୁ ଏୟାରଲିଫ୍ଟ କରାଯାଇଥିବା ସୂଚନା ମିଳିଛି। ଗତକାଲି ରାତିରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯିବାରୁ ଶ୍ରୀ ହରିଚନ୍ଦନଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସଂପୃକ୍ତ ଘରୋଇ ହସ୍ପିଟାଲର ଡାକ୍ତରଙ୍କ ପରାମର୍ଶକ୍ରମେ ଉନ୍ନତ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦକୁ ଏୟାରଲିଫ୍ଟ କରାଯାଇଛି। କିଛିଦିନ ତଳେ ଅନୁରୂପ ଭାବେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯିବାରୁ ତାଙ୍କୁ ଉକ୍ତ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସିତ ହେବା ପରେ ସୁସ୍ଥ ହୋଇ ସେ ଘରକୁ ଫେରିଥିଲେ। ନିକଟରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ହସ୍ପିଟାଲରେ ସାକ୍ଷାତ କରି ବିଶ୍ୱଭୂଷଣଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ଶ୍ରୀ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉପସ୍ଥିତ ଥିଲେ।