ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରା ପାଇଁ ସ୍ଥାପିତ ହେଲା ଶୁଭ ସ୍ତମ୍ଭ
ବରଗଡ଼: ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଆରମ୍ଭ ହେଲା ପ୍ରସ୍ତୁତି । ଶୁକ୍ରବାର ଧନୁଯାତ୍ରା ପାଇଁ ଶୁଭ ସ୍ତମ୍ଭ ମଧ୍ୟ ସ୍ଥାପିତ ହୋଇଛି । ଧନୁଯାତ୍ରା କିପରି ସୁରୁଖୁରୁରେ ସରିବ ଏଥିପାଇଁ ସ୍ଥାପିତ କରାଯାଇଥାଏ ଏହି ଶୁଭ ସ୍ତମ୍ଭ । ସୂଚନାଯୋଗ୍ୟ, ରାଜ ପୁରୋହିତଙ୍କ ପୂର୍ବ ଲଗ୍ନ ଧାର୍ଯ୍ୟ ଅନୁସାରେ ଶୁକ୍ରବାର ସନ୍ଧ୍ୟାରେ ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ମନ୍ଦିରରେ ପୂଜାର୍ଚ୍ଚନା ହୋଇଥିଲା। ପରେ ସେଠାରୁ ଏକ ଶୋଭାଯାତ୍ରା ମାଧ୍ୟମରେ ସହରର ମୁଖ୍ୟ ରାସ୍ତାଦେଇ ହାଟପଦା ପଡ଼ିଆ ସ୍ଥିତ ସଂଚାର ମଣ୍ଡଳୀକୁ ପହଞ୍ଚିଥିଲା ଶୁଭ ସ୍ତମ୍ଭ। ସେଠାରେ ରାଜପୁରୋହିତଙ୍କ ଦ୍ଵାରା ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ଶୁଭ ସ୍ତମ୍ଭ ସ୍ଥାପନ କରାଯାଇଥିଲା । ବରଗଡ଼ ଜିଲ୍ଲାପାଳ ତଥା ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ମୋନିଷା ବାନାର୍ଜୀ କର୍ତ୍ତା ଦାୟିତ୍ଵ ନେଇ ଧନୁଯାତ୍ରା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଧନୁଯାତ୍ରାର ବିଭିନ୍ନ କମିଟିର ସଦସ୍ୟ ସହ ଧନୁଯାତ୍ରାର କଳାକାର ଓ ଜନ ସାଧାରଣ ସାମିଲ ହୋଇଥିଲେ । ତେବେ ଶୁଭ ସ୍ତମ୍ଭ ସ୍ଥାପନ ହେବାପରେ ଧନୁଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହେବ ବୋଲି କମିଟି ପକ୍ଷରୁ କୁହାଯାଇଛି । ଉଲ୍ଲେଖଯୋଗ୍ୟ, ଚଳିତବର୍ଷ ବରଗଡ଼ ଧନୁଯାତ୍ରା ୭୬ ବର୍ଷରେ ପଦାର୍ପଣ କରିଛି । ଜାନୁଆରୀ ୧୫ ତାରିଖରୁ ଆରମ୍ଭ ହୋଇ ୨୫ ତାରିଖ ପର୍ଯ୍ୟନ୍ତ ଆୟୋଜି
ବରଗଡ଼: ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ଆରମ୍ଭ ହେଲା ପ୍ରସ୍ତୁତି । ଶୁକ୍ରବାର ଧନୁଯାତ୍ରା ପାଇଁ ଶୁଭ ସ୍ତମ୍ଭ ମଧ୍ୟ ସ୍ଥାପିତ ହୋଇଛି । ଧନୁଯାତ୍ରା କିପରି ସୁରୁଖୁରୁରେ ସରିବ ଏଥିପାଇଁ ସ୍ଥାପିତ କରାଯାଇଥାଏ ଏହି ଶୁଭ ସ୍ତମ୍ଭ ।
ସୂଚନାଯୋଗ୍ୟ, ରାଜ ପୁରୋହିତଙ୍କ ପୂର୍ବ ଲଗ୍ନ ଧାର୍ଯ୍ୟ ଅନୁସାରେ ଶୁକ୍ରବାର ସନ୍ଧ୍ୟାରେ ବରଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କ ମନ୍ଦିରରେ ପୂଜାର୍ଚ୍ଚନା ହୋଇଥିଲା। ପରେ ସେଠାରୁ ଏକ ଶୋଭାଯାତ୍ରା ମାଧ୍ୟମରେ ସହରର ମୁଖ୍ୟ ରାସ୍ତାଦେଇ ହାଟପଦା ପଡ଼ିଆ ସ୍ଥିତ ସଂଚାର ମଣ୍ଡଳୀକୁ ପହଞ୍ଚିଥିଲା ଶୁଭ ସ୍ତମ୍ଭ। ସେଠାରେ ରାଜପୁରୋହିତଙ୍କ ଦ୍ଵାରା ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ଶୁଭ ସ୍ତମ୍ଭ ସ୍ଥାପନ କରାଯାଇଥିଲା ।
ବରଗଡ଼ ଜିଲ୍ଲାପାଳ ତଥା ଧନୁଯାତ୍ରା ମହୋତ୍ସବ ସମିତିର ସଭାପତି ମୋନିଷା ବାନାର୍ଜୀ କର୍ତ୍ତା ଦାୟିତ୍ଵ ନେଇ ଧନୁଯାତ୍ରା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଧନୁଯାତ୍ରାର ବିଭିନ୍ନ କମିଟିର ସଦସ୍ୟ ସହ ଧନୁଯାତ୍ରାର କଳାକାର ଓ ଜନ ସାଧାରଣ ସାମିଲ ହୋଇଥିଲେ ।
ତେବେ ଶୁଭ ସ୍ତମ୍ଭ ସ୍ଥାପନ ହେବାପରେ ଧନୁଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହେବ ବୋଲି କମିଟି ପକ୍ଷରୁ କୁହାଯାଇଛି । ଉଲ୍ଲେଖଯୋଗ୍ୟ, ଚଳିତବର୍ଷ ବରଗଡ଼ ଧନୁଯାତ୍ରା ୭୬ ବର୍ଷରେ ପଦାର୍ପଣ କରିଛି । ଜାନୁଆରୀ ୧୫ ତାରିଖରୁ ଆରମ୍ଭ ହୋଇ ୨୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ ଧନୁଯାତ୍ରା ।
The post ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରା ପାଇଁ ସ୍ଥାପିତ ହେଲା ଶୁଭ ସ୍ତମ୍ଭ appeared first on Prameya News7.