ବିଷାକ୍ତ ଛତୁଆ ଖାଇ ଦୁଇ ଭଉଣୀଙ୍କ ମୃତ୍ୟୁ, ୨ ଗୁରୁତର
ଗଜପତି: ବିଷାକ୍ତ ଛତୁଆ ଖାଇ ଗୋଟିଏ ପରିବାରର ୨ ଜଣକ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ହୋଇପଡ଼ିଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ରାମଗିରିରେ। ଗୁରୁତର ବାପା ଅର୍ଜୁନ ଓ ବଡ଼ ଝିଅ ସୁମିତ୍ରାଙ୍କୁ ପ୍ରଥମେ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟ ଓ ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।ଶୁକ୍ରବାର ଦିନ ରାମଗିରି ହାଟପଦା ଅଙ୍ଗନବାଡ଼ିରୁ ମିଳିଥିବା ଛତୁଆ ଖାଇ ଏଭଳି ଅବସ୍ଥା ହୋଇଥିବା ଅଭିଯୋଗ ହୋଇଛି। ସେମାନଙ୍କୁ ପ୍ରଥମେ ସ୍ଥାନୀୟ ଆଶା ଦିଦି ଶାନ୍ତିଲତା ବଡମୁଣ୍ଡି ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ସମ୍ପୃକ୍ତ ଆଶା ଦିଦି ହିଁ ଛତୁଆ ଖାଇ ଦୁଇଜଣ ମୃତ୍ୟୁ ବରଣ କରିଥିବା ସୂଚନା ଦେଇଛନ୍ତି।
ଗଜପତି: ବିଷାକ୍ତ ଛତୁଆ ଖାଇ ଗୋଟିଏ ପରିବାରର ୨ ଜଣକ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ହୋଇପଡ଼ିଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ରାମଗିରିରେ। ଗୁରୁତର ବାପା ଅର୍ଜୁନ ଓ ବଡ଼ ଝିଅ ସୁମିତ୍ରାଙ୍କୁ ପ୍ରଥମେ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟ ଓ ପରେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି।
ଶୁକ୍ରବାର ଦିନ ରାମଗିରି ହାଟପଦା ଅଙ୍ଗନବାଡ଼ିରୁ ମିଳିଥିବା ଛତୁଆ ଖାଇ ଏଭଳି ଅବସ୍ଥା ହୋଇଥିବା ଅଭିଯୋଗ ହୋଇଛି। ସେମାନଙ୍କୁ ପ୍ରଥମେ ସ୍ଥାନୀୟ ଆଶା ଦିଦି ଶାନ୍ତିଲତା ବଡମୁଣ୍ଡି ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ସମ୍ପୃକ୍ତ ଆଶା ଦିଦି ହିଁ ଛତୁଆ ଖାଇ ଦୁଇଜଣ ମୃତ୍ୟୁ ବରଣ କରିଥିବା ସୂଚନା ଦେଇଛନ୍ତି।