ବିହାରରେ ଭୟଙ୍କର ସଡକ ଦୁର୍ଘଟଣା; ଟ୍ରାକ୍ଟରକୁ ଧକ୍କା ଦେଲା ବରଯାତ୍ରୀ ଗାଡି, ୩ ଶିଶୁ ସମେତ ୮ ମୃତ
ନୂଆଦିଲ୍ଲୀ ୧୮।୦୩: ବିହାରର ଖଗରିଆରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ବିବାହର ଖୁସି ସେହି ସମୟରେ ଶୋକ ପାଲଟି ଯାଇଥିଲା। ବରଯାତ୍ରୀରୁ ଫେରୁଥିବା ବେଳେ ଦ୍ରୁତ ଗତିରେ ଆସୁଥିବା SUV କାର ଟ୍ରାକ୍ଟରକୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣା ଘଟିବା ପରେ ଘଟଣାସ୍ଥଳରେ ୭ ଜଣଙ୍କର ମୃତ୍ୟୁ ହୋଇଥିଲା । କିନ୍ତୁ ଚିକିତ୍ସା ସମୟରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଆଉ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିଲା। ବର୍ତ୍ତମାନ ପୋଲିସ ମୃତକଙ୍କ ଚିହ୍ନଟ କରୁଛି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଛି। ପୋଲିସ କହିଛି ଯେ ଏହି ସଡକ ଦୁର୍ଘଟଣା ସକାଳ ପ୍ରାୟ ୩ ଟା ସମୟରେ ଘଟିଛି। ଖଗରିଆ ପେଟ୍ରୋଲ ପମ୍ପ ନିକଟରେ ଏକ ଦ୍ରୁତ ଗତିରେ ଆସୁଥିବା ବରଯାତ୍ରୀ ଭର୍ତ୍ତି ହୋଇଥିବା ଏସୟୁଭି ଏକ ଟ୍ରାକ୍ଟରକୁ ଧକ୍କା ଦେବା ଫଳରେ ଖଣ୍ଡ ବିଖଣ୍ଡିତ ହୋଇଯାଇଥିଲା। ଏଥିସହ ପୋଲିସ କହିଛି ଯେ ତିନି ଶିଶୁଙ୍କ ସମେତ ୭ ଜଣ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନାରେ ଚିକିତ୍ସା ସମୟରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ପୋଲିସ କହିଛି ଯେ ଆହତମାନଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଯେଉଁଠାରେ ସମସ୍ତଙ୍କର ଚିକିତ୍ସା ଚାଲିଛି । ଅଧିକାଂଶ ଆହତଙ୍କ ଅ
ନୂଆଦିଲ୍ଲୀ ୧୮।୦୩: ବିହାରର ଖଗରିଆରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ବିବାହର ଖୁସି ସେହି ସମୟରେ ଶୋକ ପାଲଟି ଯାଇଥିଲା। ବରଯାତ୍ରୀରୁ ଫେରୁଥିବା ବେଳେ ଦ୍ରୁତ ଗତିରେ ଆସୁଥିବା SUV କାର ଟ୍ରାକ୍ଟରକୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣା ଘଟିବା ପରେ ଘଟଣାସ୍ଥଳରେ ୭ ଜଣଙ୍କର ମୃତ୍ୟୁ ହୋଇଥିଲା । କିନ୍ତୁ ଚିକିତ୍ସା ସମୟରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଆଉ ୪ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିଲା। ବର୍ତ୍ତମାନ ପୋଲିସ ମୃତକଙ୍କ ଚିହ୍ନଟ କରୁଛି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଛି। ପୋଲିସ କହିଛି ଯେ ଏହି ସଡକ ଦୁର୍ଘଟଣା ସକାଳ ପ୍ରାୟ ୩ ଟା ସମୟରେ ଘଟିଛି। ଖଗରିଆ ପେଟ୍ରୋଲ ପମ୍ପ ନିକଟରେ ଏକ ଦ୍ରୁତ ଗତିରେ ଆସୁଥିବା ବରଯାତ୍ରୀ ଭର୍ତ୍ତି ହୋଇଥିବା ଏସୟୁଭି ଏକ ଟ୍ରାକ୍ଟରକୁ ଧକ୍କା ଦେବା ଫଳରେ ଖଣ୍ଡ ବିଖଣ୍ଡିତ ହୋଇଯାଇଥିଲା।
ଏଥିସହ ପୋଲିସ କହିଛି ଯେ ତିନି ଶିଶୁଙ୍କ ସମେତ ୭ ଜଣ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନାରେ ଚିକିତ୍ସା ସମୟରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ଆଉ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ପୋଲିସ କହିଛି ଯେ ଆହତମାନଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଯେଉଁଠାରେ ସମସ୍ତଙ୍କର ଚିକିତ୍ସା ଚାଲିଛି । ଅଧିକାଂଶ ଆହତଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି।