ବୀଣାପାଣି ନର୍ସରୀ ସ୍କୁଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ: କୁନି ପ୍ରତିଭାଙ୍କୁ ସମ୍ମାନିତ

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ବୀଣାପାଣି ନର୍ସରୀ ସ୍କୁଲର ୩୮ ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ପରିଚାଳନା କମିଟି ସଭାପତି ରସାନନ୍ଦ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା ମୁଖ୍ୟଅତିଥି, ପାଟପୁର ବିଶ୍ୱାସରାୟ ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟାପକ ଡ.କୈଳାସ ଚନ୍ଦ୍ର ସ୍ବାଇଁ ମୁଖ୍ୟବକ୍ତା, ଖେମୁଣ୍ଡି ଓକିଲ ସଂଘର ସଭାପତି ହରପ୍ରସାଦ ରଥ, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ଭି.ରବିନାରାୟଣ ରାଜୁ, ଦିଗପହଣ୍ଡି ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀ, ଆଇନଜୀବୀ ପରେଶ ଚନ୍ଦ୍ର […] The post ବୀଣାପାଣି ନର୍ସରୀ ସ୍କୁଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ: କୁନି ପ୍ରତିଭାଙ୍କୁ ସମ୍ମାନିତ appeared first on Dharitri Odia News.

ବୀଣାପାଣି ନର୍ସରୀ ସ୍କୁଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ: କୁନି ପ୍ରତିଭାଙ୍କୁ ସମ୍ମାନିତ

ଦିଗପହଣ୍ଡି,୯ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ବୀଣାପାଣି ନର୍ସରୀ ସ୍କୁଲର ୩୮ ତମ ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲ ପରିଚାଳନା କମିଟି ସଭାପତି ରସାନନ୍ଦ ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା ମୁଖ୍ୟଅତିଥି, ପାଟପୁର ବିଶ୍ୱାସରାୟ ବିଜ୍ଞାନ ମହାବିଦ୍ୟାଳୟର ଅଧ୍ୟାପକ ଡ.କୈଳାସ ଚନ୍ଦ୍ର ସ୍ବାଇଁ ମୁଖ୍ୟବକ୍ତା, ଖେମୁଣ୍ଡି ଓକିଲ ସଂଘର ସଭାପତି ହରପ୍ରସାଦ ରଥ, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ଭି.ରବିନାରାୟଣ ରାଜୁ, ଦିଗପହଣ୍ଡି ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀ, ଆଇନଜୀବୀ ପରେଶ ଚନ୍ଦ୍ର ରଥ, ସିଆରସିସି ଅନିଲ ଦାଶ, ଅଳକା କୁମାରୀ ପ୍ରଧାନ, ପାଟପୁର ବୀଣାପାଣି ନର୍ସରୀ ସ୍କୁଲ ଅଧ୍ୟକ୍ଷ ରୁଦ୍ର ନାରାୟଣ ସାହୁ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାର କୃତି ଶିଶୁ ମାନଙ୍କୁ ପୁରସ୍କୃତ କରାଯିବା ପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

The post ବୀଣାପାଣି ନର୍ସରୀ ସ୍କୁଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ: କୁନି ପ୍ରତିଭାଙ୍କୁ ସମ୍ମାନିତ appeared first on Dharitri Odia News.