ବୀରମହାରାଜପୁର ବ୍ଲକ ସଭା ଗୃହରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବୀରମହାରାଜପୁର : (ସୌମିତ୍ରି ମେହେର) ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସ୍ଥାନୀୟ ସମ୍ମିଳନୀ କକ୍ଷ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାମ ପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ଯା ନିହିତ ୭୭ ଗୋଟି ପଞ୍ଜୀକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । […] The post ବୀରମହାରାଜପୁର ବ୍ଲକ ସଭା ଗୃହରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ appeared first on Odisha.News.

ବୀରମହାରାଜପୁର ବ୍ଲକ ସଭା ଗୃହରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ବୀରମହାରାଜପୁର : (ସୌମିତ୍ରି ମେହେର)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସ୍ଥାନୀୟ ସମ୍ମିଳନୀ କକ୍ଷ ଠାରେ ଆଜି ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାମ ପ୍ରସାଦ ସାହୁ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ଯା ନିହିତ ୭୭ ଗୋଟି ପଞ୍ଜୀକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ । ସୋମବାର ତନ୍ମଧ୍ୟରୁ ବ୍ୟକ୍ତିଗତ ଦରଖାସ୍ତ ୬୬ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୧ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି । ଦରଖାସ୍ତ ଗୁଡିକୁ ନିର୍ଦିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି । ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବୀରମହାରାଜପୁର ସୁଶ୍ରୀ ପ୍ରିୟଦର୍ଶିନୀ ମିର୍ଦ୍ଧାଙ୍କ ତାତ୍ବାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ବୀରମହାରାଜପୁର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ଲୁହା , ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ ସମେତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ , ସୁବର୍ଣ୍ଣପୁର ଶ୍ରୀ ଅଶ୍ଵିନୀ କୁମାର ମେହେର , ଉପଜିଲ୍ଲାପାଳ , ବୀରମହାରାଜପୁର, ଶ୍ରୀ ଲଲାଟେନ୍ଦୁ ସି , ତହସିଲଦାର, ବୀରମହାରାଜପୁର, ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ , ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ , ସୁରେଶ ଚନ୍ଦ୍ର ପାଣିଗ୍ରାହୀ , ଅଧିକ୍ଷଣ ଯନ୍ତ୍ରୀ ତପନ ପଧାନ, ଜିଲ୍ଲା ମଙ୍ଗଲ ଅଧିକାରୀ ଅଚ୍ୟୁତନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡଙ୍ଗୀ, ଜିଲ୍ଲା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ, ଜିଲ୍ଲା କ୍ରିଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ଶ୍ରମ ଅଧିକାରୀ, ଜିଲ୍ଲା ସଂସ୍କୃତି ଅଧିକାରୀ, ସୁଶ୍ରୀ ଯମୁନା ପଧାନ, ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଶ୍ରୀ ଅର୍ଜୁନ ମାଝୀ , ବିଭିନ୍ନ ଜିଲ୍ଲା, ତହସିଲ , ବ୍ଲକ ସ୍ତରୀୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ ।

The post ବୀରମହାରାଜପୁର ବ୍ଲକ ସଭା ଗୃହରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ appeared first on Odisha.News.