ବୁଧବାର ଅପରାହ୍ନରୁ ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ଯିବାକୁ ଥିଲେ ଜାଣି ରଖନ୍ତୁ
ପୁରୀ,୨୯ା୧୦(ଅଜିତ୍ କୁମାର ମହାନ୍ତି)- କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଏହି ବନକଲାଗି ନୀତିକୁ ସମ୍ପାଦନ କରିଥାନ୍ତି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହୋଇ ପାଣି ପଡ଼ିବା ପରେ ଏହି ନୀତି ଅନୁଷ୍ଠିତ ହୋଇଥାଏ। ଦତ୍ତ ମହାପାତ୍ର ସେବକମାନେ ରତ୍ନସିଂହାସନ ଉପରକୁ ଉଠି ଠାକୁରଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି। ବନକଲାଗିରେ ମୁଖ୍ୟତଃ ପ୍ରାକୃତିକ ରଙ୍ଗର […] The post ବୁଧବାର ଅପରାହ୍ନରୁ ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ଯିବାକୁ ଥିଲେ ଜାଣି ରଖନ୍ତୁ appeared first on Dharitri Odia News.
ପୁରୀ,୨୯ା୧୦(ଅଜିତ୍ କୁମାର ମହାନ୍ତି)- କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତମହାପାତ୍ର ସେବକମାନେ ଏହି ବନକଲାଗି ନୀତିକୁ ସମ୍ପାଦନ କରିଥାନ୍ତି। ଶ୍ରୀମନ୍ଦିର ସ୍ବତ୍ୱଲିପି ଅନୁଯାୟୀ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହୋଇ ପାଣି ପଡ଼ିବା ପରେ ଏହି ନୀତି ଅନୁଷ୍ଠିତ ହୋଇଥାଏ। ଦତ୍ତ ମହାପାତ୍ର ସେବକମାନେ ରତ୍ନସିଂହାସନ ଉପରକୁ ଉଠି ଠାକୁରଙ୍କ ଶ୍ରୀମୁଖ ଶୃଙ୍ଗାର କରିଥାନ୍ତି। ବନକଲାଗିରେ ମୁଖ୍ୟତଃ ପ୍ରାକୃତିକ ରଙ୍ଗର ବ୍ୟବହାର କରାଯାଇଥାଏ। ଏହା ଗୁପ୍ତନୀତି ହୋଇଥିବାରୁ ନୀତି ସମୟରେ ସର୍ବସାଧରଣ ଦର୍ଶନ ବନ୍ଦ ରହିବ।
ଦତ୍ତମହାପାତ୍ର ସେବକମାନେ ନୀତି ଶେଷକରି ଶ୍ରୀମନ୍ଦିରରୁ ବାହାରିବା ପରେ ଶ୍ରୀବିଗ୍ରହଙ୍କର ମହାସ୍ନାନ ନୀତି ସମ୍ପନ୍ନ କରାଯିବା ପରେ ଅନ୍ୟାନ୍ୟ ନୀତି ବଢ଼ିବା ସହ ଦର୍ଶନ ଆରମ୍ଭ ହେବ। ତେବେ ବୁଧବାର ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ନୀତି ଅନୁଷ୍ଠିତ ହେବାକୁ ଥିବାରୁ ଏହି ସମୟରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
The post ବୁଧବାର ଅପରାହ୍ନରୁ ୫ ଘଣ୍ଟା ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ଯିବାକୁ ଥିଲେ ଜାଣି ରଖନ୍ତୁ appeared first on Dharitri Odia News.