ବୁଧବାର ଓଡିଶା ଆସିବେ ସେଣ୍ଟ୍ରାଲ ଟିମ୍, ବାର୍ଡ ଫ୍ଲୁ ବ୍ୟାପିଥିବା ଅଞ୍ଚଳ ବୁଲି କରିବେ ତର୍ଜମା

ଭୁବନେଶ୍ୱର ୦୩।୦୯ : ବୁଧବାର ଆସିବେ ସେଣ୍ଟ୍ରୋଲ ଟିମ୍‌ । ବାର୍ଡ ଫ୍ଲୁ ବ୍ୟାପିଥିବା ପିପିଲି ଅଞ୍ଚଳ ବୁଲିବା ସହ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ ଆହୁରି ମଧ୍ୟ କହିଛନ୍ତି ଯେ, ରାଜ୍ୟରେ ନିଆଯାଇଥିବା ପଦକ୍ଷେପ ନେଇ ସେଣ୍ଟ୍ରାଲ ଟିମକୁ ଅବଗତ କରାଯାଇଛି । କେନ୍ଦ୍ରାପଡ଼ାରେ କୁକୁଡ଼ା ମଡ଼କ ପରେ ସାମ୍ପୁଲ ଟେଷ୍ଟ ପାଇଁ ପଠାଯାଇଛି । ଏହା ସହ ସବୁ ଜିଲ୍ଲାକୁ ଆଲର୍ଟ କରାଯାଇଛି। କୁକୁଡ଼ା ଫାର୍ମରେ କାମ କରୁଥିବା ଓ କୁକୁଡ଼ା କଣ୍ଟାକ୍ଟରେ ଆସୁଥିବା ଲୋକ ଅଧିକ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।  

ବୁଧବାର ଓଡିଶା ଆସିବେ ସେଣ୍ଟ୍ରାଲ ଟିମ୍, ବାର୍ଡ ଫ୍ଲୁ ବ୍ୟାପିଥିବା ଅଞ୍ଚଳ ବୁଲି କରିବେ ତର୍ଜମା

ଭୁବନେଶ୍ୱର ୦୩।୦୯ : ବୁଧବାର ଆସିବେ ସେଣ୍ଟ୍ରୋଲ ଟିମ୍‌ । ବାର୍ଡ ଫ୍ଲୁ ବ୍ୟାପିଥିବା ପିପିଲି ଅଞ୍ଚଳ ବୁଲିବା ସହ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀଙ୍କ ସହ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । 

ସେ ଆହୁରି ମଧ୍ୟ କହିଛନ୍ତି ଯେ, ରାଜ୍ୟରେ ନିଆଯାଇଥିବା ପଦକ୍ଷେପ ନେଇ ସେଣ୍ଟ୍ରାଲ ଟିମକୁ ଅବଗତ କରାଯାଇଛି । କେନ୍ଦ୍ରାପଡ଼ାରେ କୁକୁଡ଼ା ମଡ଼କ ପରେ ସାମ୍ପୁଲ ଟେଷ୍ଟ ପାଇଁ ପଠାଯାଇଛି । ଏହା ସହ ସବୁ ଜିଲ୍ଲାକୁ ଆଲର୍ଟ କରାଯାଇଛି। କୁକୁଡ଼ା ଫାର୍ମରେ କାମ କରୁଥିବା ଓ କୁକୁଡ଼ା କଣ୍ଟାକ୍ଟରେ ଆସୁଥିବା ଲୋକ ଅଧିକ ସତର୍କ ରହିବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।