ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥି, ବନକଲାଗି ନୀତି ୫ ଘଣ୍ଟା ଦର୍ଶନ ବନ୍ଦ
ପୁରୀ ୦୪/୦୩: ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ ଟା ଠାରୁ ରାତ୍ର ୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା।also read...ବଡ଼ମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନସୂଚନା ଥାଉକି, ସାଧାରଣତଃ ଅପରାହ୍ଣର ସନ୍ଧ୍ୟା ସମୟରେ ଏହି ନୀତି ହୋଇଥାଏ । ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ବନକଲାଗି ସେବା କରିବେ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ବନକଲାଗି ପରେ ମହାସ୍ନାନ ପୂଜା ବଢ଼ି ପୁନଃ ଦର୍ଶନ ଆରମ୍ଭ ହେବ । ଠାକୁରଙ୍କ ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଆଦି ଆବଶ୍ୟକ ହୋଇଥାଏ । ସେହି ଦିନର ଠାକୁରଙ୍କ ନୀତି ଅନୁସାରେ ବନକଲାଗି ଓ ଦର୍ଶନ କଟକଣା ସମୟ ସ୍ଥିର ହେବ ।
ପୁରୀ ୦୪/୦୩: ବୁଧବାର ଫାଲଗୁନ ଶୁକ୍ଳ ଷଷ୍ଠୀ ତିଥି । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫ ଟା ଠାରୁ ରାତ୍ର ୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା।
also read...
ବଡ଼ମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ସୂଚନା ଥାଉକି, ସାଧାରଣତଃ ଅପରାହ୍ଣର ସନ୍ଧ୍ୟା ସମୟରେ ଏହି ନୀତି ହୋଇଥାଏ । ଦତ୍ତମହାପାତ୍ର ସେବକମାନେ ଦାରୁଦିଅଁଙ୍କ ବନକଲାଗି ସେବା କରିବେ । ଏହାଦ୍ୱାରା ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ । ବନକଲାଗି ପରେ ମହାସ୍ନାନ ପୂଜା ବଢ଼ି ପୁନଃ ଦର୍ଶନ ଆରମ୍ଭ ହେବ । ଠାକୁରଙ୍କ ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଁଥ ଅଠା, କସ୍ତୁରୀ ଓ କଳା ଆଦି ଆବଶ୍ୟକ ହୋଇଥାଏ । ସେହି ଦିନର ଠାକୁରଙ୍କ ନୀତି ଅନୁସାରେ ବନକଲାଗି ଓ ଦର୍ଶନ କଟକଣା ସମୟ ସ୍ଥିର ହେବ ।