ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ ୦୯।୦୪ : ବୁଧବାର ଚୈତ୍ର ଶୁକ୍ଳ ଦ୍ଵିତୀୟା ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି।ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଖବର ଅନୁଯାୟୀ, ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅନୁଷ୍ଠିତ ହେବ ଏହି ନୀତି । ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ। ମହାପ୍ରଭୁଙ୍କର ଏହା ଗୁପ୍ତ ନୀତି ହୋଇଥିବାରୁ ପ୍ରାୟ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ପୁରୀ ୦୯।୦୪ : ବୁଧବାର ଚୈତ୍ର ଶୁକ୍ଳ ଦ୍ଵିତୀୟା ତିଥି। ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କର ବନକଲାଗି ନୀତି।ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ ।
ଖବର ଅନୁଯାୟୀ, ବୁଧବାର ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅନୁଷ୍ଠିତ ହେବ ଏହି ନୀତି । ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ। ମହାପ୍ରଭୁଙ୍କର ଏହା ଗୁପ୍ତ ନୀତି ହୋଇଥିବାରୁ ପ୍ରାୟ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।