ବୁଧବାର ରାଶିଫଳ (୧୧-୦୯-୨୦୨୪)

ମେଷ: ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ନିବେଶରୁ ଦୂରେଇ ରହିପାରନ୍ତି। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ନୂଆ ଯୋଜନା ପାଇଁ ଗୁରୁଜନଙ୍କ ପରାମର୍ଶ ନେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ବୃଷ: ଅଧିକ ଖର୍ଚ୍ଚାନ୍ତ ହେବେ। ବ୍ୟବସାୟରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ଅନ୍ୟଙ୍କୁ ଉଧାର ଦେଇ ହଇରାଣରେ ପଡ଼ିପାରନ୍ତି। ସରକାରୀ କ୍ଷେତ୍ରରେ ସଫଳତା ଲାଭ କରିବେ। ମିଥୁନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ। ଧନପ୍ରାପ୍ତି ଯୋଗ ରହିଛି। ପରିବାର ସଦସ୍ୟଙ୍କ […]

ବୁଧବାର ରାଶିଫଳ (୧୧-୦୯-୨୦୨୪)
wednesday-horoscope

ମେଷ: ଆୟର ନୂତନ ମାର୍ଗ ଉନ୍ମୋଚନ ହେବ। ନିବେଶରୁ ଦୂରେଇ ରହିପାରନ୍ତି। ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ନୂଆ ଯୋଜନା ପାଇଁ ଗୁରୁଜନଙ୍କ ପରାମର୍ଶ ନେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ।

ବୃଷ: ଅଧିକ ଖର୍ଚ୍ଚାନ୍ତ ହେବେ। ବ୍ୟବସାୟରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ମଜଭୁତ୍ ହେବ। ଅନ୍ୟଙ୍କୁ ଉଧାର ଦେଇ ହଇରାଣରେ ପଡ଼ିପାରନ୍ତି। ସରକାରୀ କ୍ଷେତ୍ରରେ ସଫଳତା ଲାଭ କରିବେ।

ମିଥୁନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ। ଧନପ୍ରାପ୍ତି ଯୋଗ ରହିଛି। ପରିବାର ସଦସ୍ୟଙ୍କ ସହିତ ସମୟ ବିତାଇବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। ପରୀକ୍ଷାର୍ଥୀ କୃତକାର୍ଯ୍ୟ ହେବେ।

କର୍କଟ: ଅଫିସ୍‌ରେ ଅତିରିକ୍ତ ଦାୟିତ୍ବ ତୁଲାଇବାକୁ ପଡ଼ିପାରେ। ବନ୍ଧୁଙ୍କ ସାହାଯ୍ୟରେ ବ୍ୟବସାୟ ପାଇଁ ନୂଆ ଯୋଜନା କରିବେ। ଧାର୍ମିକ କାର୍ଯ୍ୟ ପାଇଁ ଆଗ୍ରହୀ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ସିଂହ: କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ବନ୍ଧୁଙ୍କ ସହ ବୁଲିବା ପାଇଁ ନୂଆ ଯୋଜନା କରିବେ। ଧାର କରଜରୁ ଦୂରେଇ ରହିବେ। ସମାଜରେ ପ୍ରତିଷ୍ଠା ବଢ଼ିବ। ଆୟ ଅନୁସାରେ ବ୍ୟୟ ହେବ।

କନ୍ୟା: ଯାତ୍ରାରୁ ଲାଭ ମିଳିବ। ଦିନଟିରେ କର୍ମଚଞ୍ଚଳ ରହିବେ। ପାରିବାରିକ ଜୀବନରେ ତିକ୍ତତା ଦେଖା ଦେବ। ବ୍ୟବସାୟରେ ସଫଳତା ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ସାମାଜିକ କାର୍ଯ୍ୟରେ ସାମିଲ ହେବେ। ଅଫିସ୍‌ରେ ସହକର୍ମୀଙ୍କ ସହ ବ୍ୟକ୍ତିଗତ କଥା ଆଲୋଚନା କରିବେ ନାହିଁ। ଘରକୁ ଅତିଥିଙ୍କ ଆଗମନ ହେବ।

ବିଛା: ଦିନଟି ଶୁଭଫଳ ପ୍ରଦାନ କରିବ। ଉତ୍‌ଫୁଲ୍ଲିତ ରହିବେ। ସରକାରୀ କାମ ସମସ୍ୟା ସମାଧାନ ହେବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ।

ଧନୁ: କାର୍ଯ୍ୟରେ ଉନ୍ନତି ଘଟିବ। ଦାମ୍ପତ୍ୟ ଜୀବନ ହସଖୁସିରେ ଅତିବାହିତ କରିବେ। ଇଚ୍ଛା ପୂରଣ ହେବ। ଗରିବ, ଅସହାୟଙ୍କୁ ସାହାଯ୍ୟ କରିବେ। ଗୁରୁଜନଙ୍କ ଆଦେଶ ପାଳନ କରିବେ।

ମକର: କାର୍ଯ୍ୟରେ ଉନ୍ନତି ଘଟିବ। ଦାମ୍ପତ୍ୟ ଜୀବନ ହସଖୁସିରେ ଅତିବାହିତ କରିବେ। ଇଚ୍ଛା ପୂରଣ ହେବ। ଗରିବ, ଅସହାୟଙ୍କୁ ସାହାଯ୍ୟ କରିବେ। ଗୁରୁଜନଙ୍କ ଆଦେଶ ପାଳନ କରିବେ।

କୁମ୍ଭ: ଦୀର୍ଘ ଦିନ ସମସ୍ୟାର ସମାଧାନ ହେବ। ଅଫିସ୍‌ କାମ ସୂଚାରୁରୂପେ ତୁଲାଇବେ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଲେଖାଲେଖୀ ପ୍ରତି ରୁଚି ବଢ଼ିବ। ଦୂର ସ୍ଥାନ ଯାତ୍ରା କରିପାରନ୍ତି।

ମୀନ: ବନ୍ଧୁଙ୍କ ସାହାଯ୍ୟ ମିଳିବ। ଆର୍ଥିକ ମାମଲାରେ ସୁଧାର ଆସିବ। ମାଆଙ୍କ ସ୍ବାସ୍ଥ୍ୟାବସ୍ଥା ପାଇଁ ଚିନ୍ତାରେ ରହିବେ। ସାମାଜିକ ଓ ଧାର୍ମିକ ସମାବେଶରେ ସମୟ ଅତିବାହିତ ହେବ।