ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଭୁବନେଶ୍ୱର ୨୦।୦୮ : ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି। ଏହି ଅବସରରେ ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବୁଧବାର ଭାଦ୍ରବ କୃଷ୍ଣ ତୃତୀୟା ତିଥି । ଏହି ଅବସରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବା ବା ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି ଅନୁଷ୍ଠିତ ହେବ । ଯେଉଁଥି ଲାଗି ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପ୍ରାୟ ୪ ଘଣ୍ଟା ଧରି ଚାଲିବା ମହାପ୍ରଭୁଙ୍କ ବନକଲାଗି ନୀତି ।   

ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଭୁବନେଶ୍ୱର ୨୦।୦୮ : ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି। ଏହି ଅବସରରେ ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । 

ବୁଧବାର ଭାଦ୍ରବ କୃଷ୍ଣ ତୃତୀୟା ତିଥି । ଏହି ଅବସରରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମୁଖ ଶୃଙ୍ଗାର କରାଯିବା ବା ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଏହି ନୀତି ଅନୁଷ୍ଠିତ ହେବ । ଯେଉଁଥି ଲାଗି ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ପ୍ରାୟ ୪ ଘଣ୍ଟା ଧରି ଚାଲିବା ମହାପ୍ରଭୁଙ୍କ ବନକଲାଗି ନୀତି ।