ବୁଧବାର ସନ୍ଧ୍ୟାରୁ ବଦଳିବ ପାଗ: ଏହି ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨ା୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗ ମୁହାଁ ହେବ। ଆସନ୍ତାକାଲି ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସମ୍ଭାବ୍ୟ ବାତ୍ୟା […] The post ବୁଧବାର ସନ୍ଧ୍ୟାରୁ ବଦଳିବ ପାଗ: ଏହି ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ appeared first on Dharitri Odia News.

ବୁଧବାର ସନ୍ଧ୍ୟାରୁ ବଦଳିବ ପାଗ: ଏହି ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨ା୧୦: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି। ସମୁଦ୍ରରେ ବଳ ଗୋଟାଇ ବାତ୍ୟା ଉତ୍ତର ପଶ୍ଚିମ ଦିଗ ଦେଇ ସ୍ଥଳଭାଗ ମୁହାଁ ହେବ।

ଆସନ୍ତାକାଲି ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଏପରିକି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଏହି ୭ ଜିଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ଅନ୍ୟପକ୍ଷେ ବୁଧବାର ସାରୁ ପାଗ ବଦଳିବ। କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ସୂଚନାଯୋଗ୍ୟ, ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓ ପୁରୀ ଏବଂ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ବାତ୍ୟା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କି.ମି. ରହିପାରେ ବୋଲି ପୂର୍ବାନୁମାନ କରାଯାଇଛି।

The post ବୁଧବାର ସନ୍ଧ୍ୟାରୁ ବଦଳିବ ପାଗ: ଏହି ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ appeared first on Dharitri Odia News.