ବୁଧୁବାର ୪.୪୫ରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ
ଭୁବନେଶ୍ୱର : ବୁଧୁବାର ଶପଥ ନେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ I ଅପରାହ୍ନ ୪.୪୫ ମିନିଟରେ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ I ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବୁଧୁବାର ଦିନ ୨.୧୦ ମିନିଟରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଁଚି ରାଜଭବନରେ ରହିବେ I ଏହାପରେ ୪.୩୦ ବେଳକୁ ରାଜଭବନରୁ ବାହାରି ରୋଡ଼ ସୋ’କରି ଉତ୍ସବ ସ୍ଥଳକୁ ଯିବେ ପ୍ରଧାନମନ୍ତ୍ରୀ ମୋଦି I ଶପଥପାଠ ସମାରୋହରେ ଯୋଗଦେବେ ପାଖାପାଖି ୩୫ […]

ଭୁବନେଶ୍ୱର : ବୁଧୁବାର ଶପଥ ନେବେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ I ଅପରାହ୍ନ ୪.୪୫ ମିନିଟରେ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ I ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବୁଧୁବାର ଦିନ ୨.୧୦ ମିନିଟରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଁଚି ରାଜଭବନରେ ରହିବେ I ଏହାପରେ ୪.୩୦ ବେଳକୁ ରାଜଭବନରୁ ବାହାରି ରୋଡ଼ ସୋ’କରି ଉତ୍ସବ ସ୍ଥଳକୁ ଯିବେ ପ୍ରଧାନମନ୍ତ୍ରୀ ମୋଦି I ଶପଥପାଠ ସମାରୋହରେ ଯୋଗଦେବେ ପାଖାପାଖି ୩୫ ହଜାର ଜନତା ।
ଶପଥ ଗ୍ରହଣ ପୂର୍ବରୁ ଜନତା ମୈଦାନ ସୁରକ୍ଷାର ପ୍ରତିଟି ଦିଗ ଉପରେ କମିସନରେଟ୍ ନଜର ରଖିଛି। ସମ୍ପୂର୍ଣ୍ଣ ଜନତା ମୈଦାନକୁ ସିସିଟିଭି ନଜରରେ ରଖାଯାଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭିଭିଆଇପିଙ୍କ ବିମାନବନ୍ଦରରେ ପହଞ୍ଚିବା ଠାରୁ ହୋଟେଲରେ ରହିବା, ଉତ୍ସବସ୍ଥଳକୁ ଯିବା ଏବଂ ବିମାନବନ୍ଦରକୁ ଫେରିବା ପର୍ଯ୍ୟନ୍ତ ସବୁଠି ପୁଲିସ ଛାଉଣୀ କରାଯାଉଛି । ଟ୍ରାଫିକରେ ସମସ୍ୟା ଦେଖାନଦେବା ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି।
ଟ୍ରାଫିକ ପରିଚାଳନା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇଛି। ହୋଟେଲଗୁଡ଼ିକରେ ଯାଞ୍ଚ ପ୍ରକ୍ରିୟାକୁ ଜୋରଦାର କରାଯାଇଛି। ସେହିପରି ରାଜଧାନୀରେ ରାତ୍ରିକାଳୀନ ପାଟ୍ରୋଲିଂ ସହ ଚେକିଂ ଓ ବ୍ଲକିଂକୁ କଡ଼ାକଡ଼ି କରାଯାଇଛି। ଜନତା ମୈଦାନରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ଶପଥ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶପଥ ଗ୍ରହଣ ଉତ୍ସବ ପାଇଁ ପୂର୍ବରୁ ଏସପିଜି ଟିମ୍, ଡିଜିପି ଅରୁଣ ଷଡ଼ଙ୍ଗୀ, ପୋଲିସ କମିସନର ସଞ୍ଜୀବ ପଣ୍ଡା, ଓ ଡିସିପି ପ୍ରତୀକ ସିଂହ ପ୍ରତିଦିନ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ନେଇ ଘନ ଘନ ବୈଠକ କରିବା ସହ ସୁରକ୍ଷା ଦିଗ ଉପରେ ଆଲୋଚନା କରୁଛନ୍ତି।