ବୁମ୍ରାଙ୍କୁ ଉପଅଧିନାୟକ କରିବା ପଛର ରହସ୍ୟ ଖୋଲିଲେ ରୋହିତ ଶର୍ମା: ,ସବୁ ପଛରେ…
ବେଙ୍ଗାଲୁରୁ,୧୬।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠୁ ଆରମ୍ଭ ହେଉଛ। ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯିବ, ଏହା ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା କିୱି ଦଳ ବିରୋଧରେ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ଦାବି କରିଛନ୍ତି। ବିରୋଧୀ ଦଳ ପରିବର୍ତ୍ତେ ତାଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବା ଉପରେ ତାଙ୍କର ଧ୍ୟାନ ରହିବ ବୋଲି ରୋହିତ କହିଛନ୍ତି। ଏହା ବ୍ୟତୀତ ଜସପ୍ରୀତ ବୁମ୍ରାଙ୍କୁ ଉପ-ଅଧିନାୟକ କରାଯିବା ଉପରେ ମଧ୍ୟ ସେ ପ୍ରତିକ୍ରିୟା ପ୍ରକାଶ କରିଥିଲେ। […] The post ବୁମ୍ରାଙ୍କୁ ଉପଅଧିନାୟକ କରିବା ପଛର ରହସ୍ୟ ଖୋଲିଲେ ରୋହିତ ଶର୍ମା: ,ସବୁ ପଛରେ… appeared first on Dharitri Odia News.
ବେଙ୍ଗାଲୁରୁ,୧୬।୧୦: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ଆଜିଠୁ ଆରମ୍ଭ ହେଉଛ। ପ୍ରଥମ ଟେଷ୍ଟ ବେଙ୍ଗାଲୁରୁରେ ଖେଳାଯିବ, ଏହା ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା କିୱି ଦଳ ବିରୋଧରେ ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି ଦାବି କରିଛନ୍ତି। ବିରୋଧୀ ଦଳ ପରିବର୍ତ୍ତେ ତାଙ୍କ ପ୍ରଦର୍ଶନରେ ଉନ୍ନତି ଆଣିବା ଉପରେ ତାଙ୍କର ଧ୍ୟାନ ରହିବ ବୋଲି ରୋହିତ କହିଛନ୍ତି। ଏହା ବ୍ୟତୀତ ଜସପ୍ରୀତ ବୁମ୍ରାଙ୍କୁ ଉପ-ଅଧିନାୟକ କରାଯିବା ଉପରେ ମଧ୍ୟ ସେ ପ୍ରତିକ୍ରିୟା ପ୍ରକାଶ କରିଥିଲେ।
ରୋହିତ ଶର୍ମା କହିଛନ୍ତି, ବିଭିନ୍ନ ଦଳ ଆମ ପାଇଁ ଭିନ୍ନ ଚ୍ୟାଲେଞ୍ଜ ଉପସ୍ଥାପନ କରନ୍ତି। ନ୍ୟୁଜିଲାଣ୍ଡ ଏକ ଭିନ୍ନ ଦଳ ଏବଂ ସେମାନେ ଆମ ପାଇଁ ଏକ ନୂଆ ଚ୍ୟାଲେଞ୍ଜ ଉପସ୍ଥାପନ କରିବେ, କିନ୍ତୁ ଆମେ ସେମାନଙ୍କ ସହ ଅନେକ କ୍ରିକେଟ ଖେଳିଛୁ। ଆମେ ସେମାନଙ୍କ ଖେଳାଳି, ସେମାନଙ୍କର ଶକ୍ତି ଜାଣୁ। ଆମେ ଆମର ଦୁର୍ବଳତା ବିଷୟରେ ଅବଗତ ଅଛୁ। ନ୍ୟୁଜିଲାଣ୍ଡକୁ ଟକ୍କର ଦେବା ପାଇଁ ଆମର ପ୍ରସ୍ତୁତି ଶେଷ ହୋଇଛି।
ନ୍ୟୁଜିଲାଣ୍ଡ ବିପକ୍ଷ ଆଗାମୀ ସିରିଜ ପାଇଁ ଜସପ୍ରୀତ ବୁମ୍ରାଙ୍କୁ ଟିମ ଇଣ୍ଡିଆର ଉପ-ଅଧିନାୟକ ଭାବେ ନିଯୁକ୍ତି ଦିଆଯାଇଛି। ବୁମ୍ରାଙ୍କ ବିଷୟରେ ରୋହିତ ଶର୍ମା ଏକ ବିବୃତ୍ତି ଦେଇଛନ୍ତି, ତାଙ୍କୁ ଉପଅଧିନାୟକ କରିବା ହେଉଛି ପରିଚାଳନାର ଦୀର୍ଘମିଆଦୀ ନେତୃତ୍ୱ ଭୂମିକା ଯୋଜନା ମଧ୍ୟରୁ ଅନ୍ୟତମ। ବୁମରା ଯୁବକମାନଙ୍କୁ ପରାମର୍ଶ ଦେବା ଏବଂ ସେମାନଙ୍କ ସହିତ ତାଙ୍କ ଅଭିଜ୍ଞତା ବାଣ୍ଟିବା ଆରମ୍ଭ କରି ଦେଇଛନ୍ତି। ଆବଶ୍ୟକ ସମୟରେ ବୁମରା ଭାରତୀୟ ଦଳର ଦାୟିତ୍ୱ ନେବା କ୍ଷମତା ରଖିଛନ୍ତି।
ନିକଟରେ ଟେଷ୍ଟ ସିରିଜରେ ଭାରତ ନିକଟରେ ବାଂଲାଦେଶକୁ ୨-୦ରେ ପରାସ୍ତ କରିଛି। ବର୍ତ୍ତମାନ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ମଧ୍ୟ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ହେବାକୁ ଯାଉଛି।
Our focus is to improve and better our performance.#TeamIndia Captain Rohit Sharma ahead of the #INDvNZ Test series
@IDFCFIRSTBank | @ImRo45 pic.twitter.com/mJMOvVgVDw
— BCCI (@BCCI) October 15, 2024
The post ବୁମ୍ରାଙ୍କୁ ଉପଅଧିନାୟକ କରିବା ପଛର ରହସ୍ୟ ଖୋଲିଲେ ରୋହିତ ଶର୍ମା: ,ସବୁ ପଛରେ… appeared first on Dharitri Odia News.

