ବୁଲାଣି ରାସ୍ତାରେ ଓଲଟି ପଡିଲା ବସ୍‌: ୨ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ

ଫୁଲବାଣୀ/ଫିରିଙ୍ଗିଆ,୨୮ା୫(ରାକେଶ କୁମାର ରାଉତ/ବିକ୍ରମ ଦିଗାଲ) -କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ କାଳିଆ ସାହି ନିକଟ ବୁଲାଣି ରାସ୍ତାରେ ମଙ୍ଗଳବାର ସନ୍ଧ୍ୟାରେ ‘ସାଲୁଙ୍କି’ ନାମକ ଘରୋଇ ବସ ଓଲଟି ପଡ଼ିଛି। ଏଥିରେ କଣ୍ଡକ୍ଟରଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଫିରିଙ୍ଗିଆ ପୋଲିସ, ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। […] The post ବୁଲାଣି ରାସ୍ତାରେ ଓଲଟି ପଡିଲା ବସ୍‌: ୨ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ appeared first on Dharitri Odia News.

ବୁଲାଣି ରାସ୍ତାରେ ଓଲଟି ପଡିଲା ବସ୍‌: ୨ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ

ଫୁଲବାଣୀ/ଫିରିଙ୍ଗିଆ,୨୮ା୫(ରାକେଶ କୁମାର ରାଉତ/ବିକ୍ରମ ଦିଗାଲ) -କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅନ୍ତର୍ଗତ କାଳିଆ ସାହି ନିକଟ ବୁଲାଣି ରାସ୍ତାରେ ମଙ୍ଗଳବାର ସନ୍ଧ୍ୟାରେ ‘ସାଲୁଙ୍କି’ ନାମକ ଘରୋଇ ବସ ଓଲଟି ପଡ଼ିଛି। ଏଥିରେ କଣ୍ଡକ୍ଟରଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ ଉର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି। ଫିରିଙ୍ଗିଆ ପୋଲିସ, ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ବସ ତଳେ କେତେଜଣ ଚାପି ହୋଇ ରହିଥିବା ଜଣାପଡିଛି। ଆହତମାନଙ୍କୁ ଫିରିଙ୍ଗିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ଗୁରୁତରମାନଙ୍କୁ ଫୁଲବାଣୀସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମୃତକଙ୍କ ପରିଚୟ ଜଣାପଡ଼ିନାହିଁ। ସାଲୁଙ୍କି ବସଟି ମୁନିଗୁଡ଼ାରୁ ଫୁଲବାଣୀ ଅଭିମୁଖେ ଆସୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। କେଉଁ କାରଣରୁ ବସ ଓଲଟିଲା ତାହା ଜଣାପଡ଼ିନାହିଁ । କନ୍ଧମାଳ ଆରକ୍ଷୀ ଅଧୀକ୍ଷକ ଶୁଭେନ୍ଦୁ କୁମାର ପାତ୍ର, ଜିଲାପାଳ ଆଶିଷ ଈଶ୍ୱର ପାଟିଲ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଏସଡ଼ିପିଓ ସୁପ୍ରସନ୍ନ ମଲ୍ଲିକ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି I

The post ବୁଲାଣି ରାସ୍ତାରେ ଓଲଟି ପଡିଲା ବସ୍‌: ୨ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ appeared first on Dharitri Odia News.